Odisha Link
Bridging the Missing Links in Odisha

ରାଜ୍ୟରେ କରୋନା: ସୁସ୍ଥ ହେଲେ ଆଉ ୧୪୪୮ ଆକ୍ରାନ୍ତ

ଭୁବନେଶ୍ଵର: ରାଜ୍ୟରେ କରୋନା ସଂକ୍ରମଣ ହାର ହ୍ରାସ ପାଇବାରେ ଲାଗିଛି। ସୁସ୍ଥଙ୍କ ହାର ସଂକ୍ରମିତଙ୍କଠୁ ଅଧିକ ରହୁଛି। ଗତ ୨୪ ଘଣ୍ଟାରେ ୧୪୪୮ ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏହାକୁ ମିଶାଇ ଆରୋଗ୍ୟଙ୍କ ସଂଖ୍ୟା ୨୯୧୧୩୭କୁ ବୃଦ୍ଧି ଘଟିଛି। ଏନେଇ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ସୂଚନା ଦିଆଯାଇଛି।

ଖୋର୍ଦ୍ଧାରୁ ସର୍ବାଧିକ ୧୬୧ ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୧୦୭, ବରଗଡରୁ ୯୯, ସୁନ୍ଦରଗଡରୁ ୯୮, କଳାହାଣ୍ଡିରୁ ୭୨, ଜଗତସିଂହପୁରରୁ ୭୦, ନୂଆପଡାରୁ ୬୮, କେନ୍ଦୁଝରରୁ ୬୬, ମୟୂରଭଞ୍ଜରୁ ୬୬, ବାଲେଶ୍ୱରରୁ ୫୮, ପୁରୀରୁ ୫୭, ଅନୁଗୋଳରୁ ୫୩, ଭଦ୍ରକରୁ ୪୯, ବଲାଙ୍ଗୀରରୁ ୪୯, କେନ୍ଦ୍ରାପଡାରୁ ୪୯, ସମ୍ବଲପୁରରୁ ୪୩, ଯାଜପୁରରୁ ୪୧ ଜଣ ସୁସ୍ଥ ହୋଇଛନ୍ତି।

ସେହିପରି ଝାରସୁଗୁଡାରୁ ୨୯, ମାଲକାନଗିରିରୁ ୨୮, ନବରଙ୍ଗପୁରରୁ ୨୮, ଢେଙ୍କାନାଳରୁ ୨୩, ସୋନପୁରରୁ ୨୨, ଗଞ୍ଜାମରୁ ୧୯, କୋରାପୁଟରୁ ୧୭, କନ୍ଧମାଳରୁ ୧୨, ନୟାଗଡରୁ ୧୨, ରାୟଗଡାରୁ ୭, ଗଜପତିରୁ ୬, ଦେବଗଡରୁ ୫ଜଣ ଆରୋଗ୍ୟ ଲାଭ କରିଛନ୍ତି।

Comments are closed.