Odisha Link
Bridging the Missing Links in Odisha

ସ୍କୁଲ ଫି’ ଛାଡ଼ ପ୍ରସଙ୍ଗ, ୨୩ରେ ପରବର୍ତ୍ତୀ ଶୁଣାଣି

ଭୁବନେଶ୍ୱର: ଘରୋଇ ସ୍କୁଲ ଫି ଛାଡ କରିବା ପ୍ରସଙ୍ଗରେ ରାଜ୍ୟ ସରକାର ହାଇକୋର୍ଟରେ ଜବାବ ଦାଖଲ କରିଛନ୍ତି। ଏଥିସହ ରାଜ୍ୟ ସରକାର ସ୍କୁଲ ଫି’ ଛାଡ଼ ନିଷ୍ପତ୍ତି ହାଇକୋର୍ଟ ଉପରେ ଛାଡ଼ି ଦେଇଛନ୍ତି। ରାଜ୍ୟ ସରକାରଙ୍କ ଜବାବ ଦାଖଲ ପରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ୨୩ ତାରିଖ ହେବ ବୋଲି ଦିନ ଧାର୍ଯ୍ୟ କରାଯାଇଛି।

ସୂଚନାଯୋଗ୍ୟ, କରୋନା ମହାମାରୀ ସମୟରେ ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି। ମାତ୍ର ବେସରକାରୀ ବିଦ୍ୟାଳୟମାନେ ପିଲାମାନଙ୍କଠାରୁ ମାସିକ ଦେୟ ଆଦାୟ କରିବାରେ ଲାଗିଛନ୍ତି। ଏହାକୁ ବିରୋଧ କରି ଅବିଭାବକ ସଂଘ ସ୍କୁଲ ଫି ଛାଡ କରିବାକୁ ନେଇ କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ।

ଏ ନେଇ ରାଜ୍ୟ ସରକାରଙ୍କର କିଛି ସ୍ୱତନ୍ତ୍ର ଗାଇଡଲାଇନ ନ ଥିବା ବେଳେ ବେସରକାରୀ ସ୍କୁଲ ସଂଘ କହିଥିଲା ଯେ, ପିଲା ସ୍କୁଲକୁ ନଆସିଲେ ବି କର୍ମଚାରୀମାନେ ଦରମା ନେଉଛନ୍ତି। ଆନୁସଙ୍ଗିକ ଖର୍ଚ୍ଚ ବି ବନ୍ଦ ହୋଇ ନାହିଁ। ଆମେ ପିଲାମାନଙ୍କୁ ଅନଲାଇନ୍ ମାଧ୍ୟମରେ ଶିକ୍ଷାଦାନ ଦେଇ ଚାଲିଛୁ। ତେଣୁ ଅବିଭାବକମାନେ ମାସିକ ଦେୟ ଦେବାକୁ ବାଧ୍ୟ।

Comments are closed.