Odisha Link
Bridging the Missing Links in Odisha

ରାଜ୍ୟରେ କରୋନା: ୧୨୨୦ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ କରୋନା ହାର ଦିନକୁ ଦିନ କମିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୨୨୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦୫୦୦୦ରେ ପହଞ୍ଚିଛି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୦୩ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୧୭ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫୧ଜଣ, ବାଲେଶ୍ୱର ଜିଲ୍ଲାରୁ ୨୧ଜଣ, ବରଗଡ଼ ଜିଲ୍ଲାରୁ ୬୦ଜଣ, ଭଦ୍ରକ ଜିଲ୍ଲାରୁ ୨୮ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୩ଜଣ, ବୌଦ୍ଧ ଜିଲ୍ଲାରୁ ୫ଜଣ, କଟକ ଜିଲ୍ଲାରୁ ୯୬ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୬ଜଣ, ଗଜପତି ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୨୭ଜଣ, ଜଗତସିଂହପୁର ଜିଲ୍ଲାରୁ ୫୯ଜଣ, ଯାଜପୁର ଜିଲ୍ଲାରୁ ୨୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୨ଜଣ, କଳାହାଣ୍ଡି ଜିଲ୍ଲାରୁ ୫୯ଜଣ, କନ୍ଧମାଳ ଜିଲ୍ଲାରୁ ୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪୮ଜଣ, କେନ୍ଦୁଝର ଜିଲ୍ଲାରୁ ୪୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୩୪ଜଣ, କୋରାପୁଟ ଜିଲ୍ଲାରୁ ୨୧ଜଣ, ମାଲକାନଗିରି ଜିଲ୍ଲାରୁ ୧୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪୬ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୪ଜଣ, ନୟାଗଡ଼ ଜିଲ୍ଲାରୁ ୨୦ଜଣ, ନୂଆପଡା ଜିଲ୍ଲାରୁ ୬୬ଜଣ, ପୁରୀ ଜିଲ୍ଲାରୁ ୬୦ଜଣ, ରାୟଗଡ଼ା ଜିଲ୍ଲାରୁ ୫ଜଣ, ସମ୍ବଲପୁର ଜିଲ୍ଲାରୁ ୪୦ଜଣ, ସୋନପୁର ଜିଲ୍ଲାରୁ ୧୩ଜଣ, ସୁରନ୍ଦରଗଡ଼ ଜିଲ୍ଲାରୁ ୧୧୯ଜଣ, ଷ୍ଟେଟ୍‌ ପୁଲ୍‌ରୁ ୨୧ଜଣ ରହିଛନ୍ତି।

Comments are closed.