Odisha Link
Bridging the Missing Links in Odisha

ରାଜଧାନୀରୁ ଆଉ ୫୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୫୯ ଜଣ କରୋନା ଆକ୍ରାନ୍ତ। ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୫ ଜଣ ରହିଥିବା ବେଳେ ୫୪ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ଏହାସହ ୭୫ ଜଣ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି।

ସୂଚନାଯୋଗ୍ୟ ଯେ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୯୮୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୭୬୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୮୯୨୮ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୧୮୫ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି।

Comments are closed.