ରାଜ୍ୟରେ ୨ ଦିନ ଯାଏଁ ବର୍ଷା ଆଶଙ୍କା, ୧୪ରୁ ବଢ଼ିବ ଶୀତ

ଭୁବନେଶ୍ବର: ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ଦକ୍ଷିଣ ଉପକୂଳ ଓଡ଼ିଶା ସମେତ ମାଲକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, ନୂଆପଡ଼ା ଆଦି ଜିଲ୍ଲାରେ ଘଡ଼ଘଡ଼ି ସହ ହାଲୁକା ବର୍ଷା ହୋଇପାରେ। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏଥସହ ୧୪ ତାରିଖଠାରୁ ପାଗରେ ପରିବର୍ତନ ଆସିବ। ରାଜ୍ୟର ଅଧିକାଂଶ ସହରର ତାପମାତ୍ରା ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ କମିବା ସହ ଶୀତ ବଢ଼ିବ ବୋଲି ସୂଚନା ଦିଆଯାଇଛି।
ଦକ୍ଷିଣ ପଶ୍ଚିମ ଓ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ସଂଲଗ୍ନ ଅଞ୍ଚଳରେ ଏକ ଟ୍ରପ୍ ଲାଇନ୍ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ହାଲୁକା ବର୍ଷା ହୋଇ ଥିବା ବେଳେ। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ସାମାନ୍ୟ ବୃଦ୍ଧି ପାଇବ। ଗତ ୨୪ ଘଣ୍ଟା ମଧ୍ୟରେ ମାଲକାନଗିରିରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୩୩ ଡିଗ୍ରି ଓ ସୋନପୁରରେ ସର୍ବନିମ୍ନ ତାପମାତ୍ରା ୧୪ ଡିଗ୍ରି ରେକର୍ଡ କରାଯାଇଛି।
Comments are closed.