ଆଖି ବୁଜିଲେ ଆଉ ୧୨ କରୋନା ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ କମିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ୧୦୧୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୨ ଜଣଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୪୯୫କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
୧୨ ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ, ଖୋର୍ଦ୍ଧା ଓ ଢ଼େଙ୍କାନାଳ ଜିଲ୍ଲାରୁ ୨ ଜଣ ଲେଖାଏଁ, ଅନୁଗୋଳ, କନ୍ଧମାଳ, କୋରାପୁଟ, ପୁରୀ ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୦୭୦୦୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୧୭୧୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨୯୩୭୪୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି କରୋନାରେ ୧୯୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି।