Odisha Link
Bridging the Missing Links in Odisha

ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ସମ୍ବଲପୁର ସାଂସଦ

ଦେବଗଡ଼: ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ସମ୍ବଲପୁର ସାଂସଦ। ଗତକାଲି ସାଂସଦ ନୀତେଶ ଗଙ୍ଗଦେବଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ଗତକାଲି ବିଳମ୍ବିତ ରାତିରେ ଦେବଗଡ଼ ଥାନା ଅନ୍ତର୍ଗତ NH-୪୯ର କୁରଡ଼ ନିକଟରେ ଏହି ଦୁର୍ଘଟଣା ଘଟିଛି। ଏ ନେଇ ସାଂସଦଙ୍କ ପ୍ରତିନିଧି ଯୋଗେଶ ଚନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି।

ସମ୍ବଲପୁରରୁ ଦେବଗଡ଼ ଫେରୁଥିବା ବେଳେ କୁରଡ଼ ନିକଟରେ ସାଂସଦଙ୍କ କାର୍‌କୁ ପଛପଟରୁ ଏକ ଟ୍ରକ୍‌ ଧକ୍କା ଦେଇଥିଲା। ଏହି ସମୟରେ ଗାଡ଼ି ଭିତରେ ସାଂସଦ ନୀତେଶ ଗଙ୍ଗଦେବ, ତାଙ୍କ ପିଏସ୍‌ଓ ଓ ଡ୍ରାଇଭର ଥିଲେ ବୋଲି ସୂଚନା ମିଳିଛି।

ଦୁର୍ଘଟଣାରୁ ସାଂସଦ ଅଳ୍ପକେ ବର୍ତ୍ତି ଯାଇଥିବା ବେଳେ କାର୍ ସାମାନ୍ୟ କ୍ଷତିଗ୍ରସ୍ତ ହୋଇଥିବା ଜଣାପଡ଼ିଛି। ସାଂସଦଙ୍କ ପିଏସ୍‌ଓ ଓ ଗାଡ଼ି ଡ୍ରାଇଭର ସମସ୍ତେ ସୁରକ୍ଷିତ ଅଛନ୍ତି। ଏହି ଘଟଣାରେ ମାମଲା ରୁଜୁ ସହ ଦୁର୍ଘଟଣା ଘଟାଇଥିବା ଟ୍ରକ୍‌ ଡ୍ରାଇଭରଙ୍କୁ ଅଟକ ରଖି ପୋଲିସ୍‌ ପଚରାଉଚରା କରୁଛି।

Comments are closed.