Odisha Link
Bridging the Missing Links in Odisha

ରାଜ୍ୟରେ କରୋନା: ଚିହ୍ନଟ ହେଲେ ୭୪୯ ଆକ୍ରାନ୍ତ

ଭୁବନେଶ୍ବର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୭୪୯ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୩୭ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୩୧୨ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୫ଜଣ, ବାଲେଶ୍ୱର ଜିଲ୍ଲାରୁ ୩୮ଜଣ, ବରଗଡ଼ ଜିଲ୍ଲାରୁ ୨୪ଜଣ, ଭଦ୍ରକ ଜିଲ୍ଲାରୁ ୧୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୪ଜଣ, କଟକ ଜିଲ୍ଲାରୁ ୩୭ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୧ଜଣ, ଗଜପତି ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୭ଜଣ, ଜଗତସିଂପୁର ଜିଲ୍ଲାରୁ ୪୮ଜଣ, ଯାଜପୁର ଜିଲ୍ଲାରୁ ୧୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୪ଜଣ, କଳାହାଣ୍ଡି ଜିଲ୍ଲାରୁ ୧୪ଜଣ, କନ୍ଧମାଳ ଜିଲ୍ଲାରୁ ୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୦ଜଣ, କେନ୍ଦୁଝର ଜିଲ୍ଲାରୁ ୪୧ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮୮ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମାଲକାନଗିରି ଜିଲ୍ଲାରୁ ୧୦ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୭୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୭ଜଣ, ନୟାଗଡ଼ ଜିଲ୍ଲାରୁ ୬ଜଣ, ନୂଆପଡ଼ା ଜିଲ୍ଲାରୁ ୧୪ଜଣ, ପୁରୀ ଜିଲ୍ଲାରୁ ୧୫ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୨୮ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫୫ଜଣ, ଷ୍ଟେଟ ପୁଲ୍‌ରୁ ୨୧ଜଣ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୦୯୪୦୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୯୯୫୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୯୭୮୬୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୫୨୯୪୭୨୬ଟି ସାମ୍ପୁଲ ଟେଷ୍ଟ୍ ହୋଇଛି।

Comments are closed.