Odisha Link
Bridging the Missing Links in Odisha

ଆଖି ବୁଜିଲେ ଆଉ ୧୭ କରୋନା ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ କିମିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା ମାତ୍ର ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗୁନି। ଗତ ୨୪ ଘଣ୍ଟା ମଧ୍ୟରେ ୬୪୪ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୭ ଜଣଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୫୬୦କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି।

୧୭ ଜଣ ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲ୍ଲାରୁ ୪ ଜଣ, ସମ୍ବଲପୁର ଜିଲ୍ଲାରୁ ୩ ଜଣ, ସୁବର୍ଣ୍ଣପୁର ଓ ଜଗତସିଂହପୁର ଜିଲ୍ଲାରୁ ୨ ଜଣ ଲେଖାଏଁ, ବରଗଡ଼, ଭଦ୍ରକ, ଖୋର୍ଦ୍ଧା, କଟକ, ଗଞ୍ଜାମ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୦୦୫୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୯୨୮୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୯୯୧୫୯ ଜଣ ସୁସ୍ଥ ହୋଇଛନ୍ତି। ସେହିପରି କରୋନାରେ ୧୫୬୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗରେ ହୋଇଛି।

 

Comments are closed.