Odisha Link
Bridging the Missing Links in Odisha

ରାଜ୍ୟରେ କରୋନା: ୬୪୪ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୬୪୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୭୧ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୭୩ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧୦୦୫୨ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୯ଜଣ, ବାଲେଶ୍ୱର ଜିଲ୍ଲାରୁ ୧୩ଜଣ, ବରଗଡ଼ ଜିଲ୍ଲାରୁ ୧୪ଜଣ, ଭଦ୍ରକ ଜିଲ୍ଲାରୁ ୧୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୨ଜଣ, ବୌଦ୍ଧି ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୩୮ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୬ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୭ଜଣ, ଜଗତସିଂହପୁର ଜିଲ୍ଲାରୁ ୨୭ଜଣ, ଯାଜପୁର ଜିଲ୍ଲାରୁ ୧୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୬ଜଣ, କଳାହାଣ୍ଡି ଜିଲ୍ଲାରୁ ୧୫ଜଣ, କନ୍ଧମାଳ ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୯ଜଣ, କେନ୍ଦୁଝର ଜିଲ୍ଲାରୁ ୩୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭୩ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମାଲକାନଗିରି ଜିଲ୍ଲାରୁ ୧୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୫ଜଣ, ନୟାଗଡ଼ ଜିଲ୍ଲାରୁ ୯ଜଣ, ନୂଆପଡ଼ା ଜିଲ୍ଲାରୁ ୯ଜଣ, ପୁରୀ ଜିଲ୍ଲାରୁ ୩୪ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୫ଜଣ, ସୋନପୁର ଜିଲ୍ଲାରୁ ୧୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬୨ଜଣ, ଷ୍ଟେଟ ପୁଲ୍‌ରୁ ୧୭ଜଣ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୦୦୫୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୯୨୮୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୯୯୧୫୯ଜଣ ସୁସ୍ଥ ହୋଇଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୫୩୩୦୯୩୮ଟି ସାମ୍ପୁଲ ଟେଷ୍ଟ୍ ହୋଇଛି।

Comments are closed.