ଭିଜିଲାନ୍ସ ଜାଲରେ ତହସିଲଦାର

ସୁବର୍ଣ୍ଣପୁର: ଭିଜିଲାନ୍ସ ଜାଲରେ ତହସିଲଦାର। ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି ସୁବର୍ଣ୍ଣପୁର ଜିଲ୍ଲା ତରଭା ତହସିଲଦାର ସୁବ୍ରତ କୁମାର ବେହେରା। ୨୦ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ଟିମ୍ ତାଙ୍କୁ ଗିରଫ କରିଛି।
ସୂଚନା ମୁତାବକ, ଘରଡିହ ବିକ୍ରି କରିବା ବେଳେ ସେଲ୍ଡିଡ୍ ଅନୁମତି ପାଇଁ ଜଣେ ବ୍ୟକ୍ତିଙ୍କଠାରୁ ଟଙ୍କା ଲାଞ୍ଚ ନେଉଥିବା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ପକ୍ଷରୁ ଏକ ଟିମ ତାଙ୍କ ସରକାରୀ ବାସଭବନ ଯାଇ ଯୋଜନା ମୁତାବକ ଛକି ରହିଥିଲେ। ଏହି ସମୟରେ ସୁବ୍ରତ ୨୦ ହଜାର ଟଙ୍କା ବ୍ୟକ୍ତିଙ୍କ ନିକଟରୁ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ୍ ତାଙ୍କୁ ଧରିଥିଲେ।
ସୁବର୍ଣ୍ଣପୁର, ବଲାଙ୍ଗିର, ବରଗଡ଼ ଓ ସମ୍ବଲପୁର ଭିଜିଲାନ୍ସ ବିଭାଗର ୪ଜଣ ଡିଏସ୍ସିଙ୍କ ନେତୃତ୍ୱରେ ୧୦ ଜଣିଆ ଟିମ ଧରପଗଡ଼ରେ ସାମିଲ ହୋଇଥିଲେ। ତହସିଲଦାରଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି।