Odisha Link
Bridging the Missing Links in Odisha

ଆଖି ବୁଜିଲେ ଆଉ ୧୬ କରୋନା ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୭୫୭ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୬ ଜଣଙ୍କର ମୃତ୍ୟୁ ହୋଇଛି।ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୬୦୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି।

୧୬ ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ ଜିଲ୍ଲାରି ୪ ଜଣ, କଟକ ଜିଲ୍ଲାରୁ ୩ ଜଣ, ଗଞ୍ଜାମ, ସମ୍ବଲପୁର ଜିଲ୍ଲାରୁ ୨ ଜଣ ଲେଖାଏଁ, ବରଗଡ, ଜଗତସିଂହପୁର, ଝାରସୁଗୁଡା, ପୁରୀ ଏବଂ ସୁବର୍ଣ୍ଣପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୨୫୪୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୮୦୮୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୦୨୭୯୬ଜଣ ସୁସ୍ଥ ହୋଇଛନ୍ତି। ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୬୦୮ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ କାରଣରୁ ହୋଇଛି।

Comments are closed.