Odisha Link
Bridging the Missing Links in Odisha

ରାଜ୍ୟରେ କରୋନା: ୭୫୭ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ବର୍ତ୍ତମାନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୭୫୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୩୬ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୩୨୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧୨୫୪୫ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୭୫ଜଣ, ବାଲେଶ୍ୱର ଜିଲ୍ଲାରୁ ୩୪ଜଣ, ବରଗଡ଼ ଜିଲ୍ଲାରୁ ୧୨ଜଣ, ଭଦ୍ରକ ଜିଲ୍ଲାରୁ ୧୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୫ଜଣ, କଟକ ଜିଲ୍ଲାରୁ ୬୭ଜଣ, ଦୋଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୯ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୧୩ଜଣ, ଜଗତସିଂହପୁର ଜିଲ୍ଲାରୁ ୪୨ଜଣ, ଯାଜପୁର ଜିଲ୍ଲାରୁ ୨୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୫ଜଣ, କଳାହାଣ୍ଡି ଜିଲ୍ଲାରୁ ୩୭ଜଣ, କନ୍ଧମାଳ ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୯ଜଣ, କେନ୍ଦୁଝର ଜିଲ୍ଲାରୁ ୨୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭୦ଜଣ, କୋରାପୁଟ ଜିଲ୍ଲାରୁ ୮ଜଣ, ମାଲକାନଗିରି ଜିଲ୍ଲାରୁ ୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪୩ଜଣ,ନବରଙ୍ଗପୁର ଜିଲ୍ଲାରୁ ୧୦ଜଣ, ନୟାଗଡ଼ ଜିଲ୍ଲାରୁ ୬ଜଣ, ନୂଆପଡ଼ା ଜିଲ୍ଲାରୁ ୪୧ଜଣ, ପୁରୀ ଜିଲ୍ଲାରୁ ୯ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୩୫ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୫୨ଜଣ, ଷ୍ଟେଟ ପୁଲ୍‌ରୁ ୧୪ଜଣ ରହିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୨୫୪୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୮୦୮୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୦୨୭୯୬ଜଣ ସୁସ୍ଥ ହୋଇଛନ୍ତି।

Comments are closed.