Odisha Link
Bridging the Missing Links in Odisha

ସ୍କୁଲ ବନ୍ଦ ନିଷ୍ପତ୍ତି ପ୍ରତ୍ୟାହାର କର: ପୃଥ୍ୱୀରାଜ

ଭୁବନେଶ୍ୱର: ପ୍ରାଥମିକ ସ୍କୁଲ ବନ୍ଦ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛି ବିଜେପି। ଏହି ପରିପ୍ରେକ୍ଷୀରେ ସ୍କୁଲ ବନ୍ଦ ନିଷ୍ପତ୍ତି ଏକ ଭୟଙ୍କର ନିଷ୍ପତ୍ତି ବୋଲି ବିଜେପି ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି।

ପୃଥ୍ୱୀରାଜ କହିଛନ୍ତି ଯେ, ୯ ହଜାର ପ୍ରାଥମିକ ସ୍କୁଲ ବନ୍ଦ ନିଷ୍ପତ୍ତି ସହଜରେ ଗ୍ରହଣୀୟ ହେବ ନାହିଁ। ବାଜପେୟୀଙ୍କ ବେଳେ ସର୍ବଶିକ୍ଷା ଅଭିଯାନରେ ସ୍କୁଲ ସବୁ ଖୋଲିଥିଲା। ୨୫ରୁ କମ୍ ପିଲା କିମ୍ବା ୧ କି.ମି ମଧ୍ୟରେ ସ୍କୁଲ ଥିଲେ ବନ୍ଦ ନିଷ୍ପତ୍ତି କ୍ଷତିକାରକ। ୧୧ ଲକ୍ଷ ପିଲା ନାମ ଲେଖାଇଛନ୍ତି। ୫ ଲକ୍ଷ ଦଶମ ପରୀକ୍ଷା ଦେଉଛନ୍ତି। ୬ ଲକ୍ଷ ପିଲା ଅଧାରୁ ସ୍କୁଲ ଛାଡ଼ୁଛନ୍ତି। କିନ୍ତୁ ସରକାର ତଥ୍ୟ ଲୁଚାଉଛନ୍ତି।

ସ୍କୁଲ ବନ୍ଦ ହେଲେ ପିଲାଙ୍କ ସ୍କୁଲ ଛାଡ଼ିବା ହାର ୮୦%କୁ ବୃଦ୍ଧି ପାଇବ। ଆସନ୍ତା ୧୫ ଦିନରେ ସ୍କୁଲ ବନ୍ଦ ନିଷ୍ପତ୍ତି ନ ବଦଳାଇଲେ ଶିକ୍ଷାଧିକାରୀଙ୍କ ଅଫିସରେ ଧାରଣା ଦିଆଯିବ ବୋଲି ବିଜେପି ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି।

Comments are closed.