ଲଘୁଚାପ କ୍ଷେତ୍ର ସୃଷ୍ଟି, ବର୍ଷା ଆଶଙ୍କା

ଭୁବନେଶ୍ୱର: ଭାରତ ମହାସାଗର ଓ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପରବର୍ତ୍ତୀ ୪୮ ଘଣ୍ଟାରେ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଏହା ଅବପାତର ରୂପ ନେବ। ଅବପାତ ରୂପ ନେବା ପରେ ୪୮ ଘଣ୍ଟାରେ ଅଧିକ ଘନିଭୂତ ହେବା ସମ୍ଭାବନା ରହିଛି।
ଆସନ୍ତା ୨୫ ବେଳକୁ ପଶ୍ଚିମଉତ୍ତରକୁ ଗତି କରି ତାମିଲନାଡ଼ୁ ଓ ପୁଡୁଚେରୀ ଛୁଇଁବ। ଏହାର ପ୍ରଭାବରେ ଉତ୍ତର, ଦକ୍ଷିଣ ଅଭ୍ୟନ୍ତରୀଣ ଓଡ଼ିଶା ଓ ଉତ୍ତର ଉପକୂଳରେ ବର୍ଷା ହେବାର ସମ୍ଭାବନା ରହିଛି। ୨୪ ପର୍ଯ୍ୟନ୍ତ ଉପକୂଳ ଓ ଦକ୍ଷିଣ ଓଡ଼ିଶାର ଏକାଧିକ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଆଗାମୀ ୨ ଦିନ ରାଜ୍ୟର କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ତେବେ ବାଲେଶ୍ୱର, କଳାହାଣ୍ଡି, ନବରଙ୍ଗପୁରରେ ବର୍ଷା ହେବାର ସମ୍ଭାବନା ରହିଛି ।
୨୨ ତାରିଖରେ କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରରଣର ବର୍ଷା ହେବା ନେଇ ପୂର୍ବାନୁମାନ ହୋଇଛି। ଏଥିରେ ଗଞ୍ଜାମ, ଗଜପତି, କଳାହାଣ୍ଡି, ରାୟଗଡା, ମାଲକାନଗିରି, କୋରାପୁଟ ଇତ୍ୟାଦି ସାମିଲ ରହିଛି ।