Odisha Link
Bridging the Missing Links in Odisha

ସଡ଼କ ଦୁର୍ଘଟଣାରେ କଣ୍ଟେନର ଚାଳକ ମୃତ

ରୁପସା: ସଡ଼କ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଛି। ଘଟଣାଟି ବାଲେଶ୍ବର ଜିଲ୍ଲାର ବସ୍ତା ଥାନା ୬୦ ନମ୍ବର ଜାତୀୟ ରାଜପଥର ହଳଦୀପଦା ଠାରେ ଘଟିଛି। ମୃତକଙ୍କ ପରିଚୟ ମିଳି ପାରି ନାହିଁ ।

ମିଳିଥିବା ସୂଚନା ଅନୁଯାୟୀ, ପଶ୍ଚିମବଙ୍ଗରୁ ବାଲେଶ୍ଵର ଅଭିମୁଖେ ଆସୁଥିବା ବେଳେ ଏକ କଣ୍ଟେନର ରାସ୍ତାରେ ଯାଉଥିବା ଏକ ଟ୍ରକକୁ ପଛପଟୁ ଧକ୍କା ଦେଇଥିଲା।

ଏହାଫଳରେ ଘଟଣାସ୍ଥଳରେ କଣ୍ଟେନର ଚାଳକଙ୍କର ମୃତ୍ୟୁ ଘଟିଛି। ତେବେ ଟ୍ରକଟି ଘଟଣାସ୍ଥଳରୁ ଚାଲିଯାଇଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ବାଲେଶ୍ଵର ମୁଖ୍ୟ ଡାକ୍ତରଖାନାକୁ ପଠାଇ ତଦନ୍ତ ଚଳାଇଛି ।

Comments are closed.