Odisha Link
Bridging the Missing Links in Odisha

ରାଜ୍ୟରେ କରୋନା: ୬୩୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ବର୍ତ୍ତମାନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୩୮ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି।

ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନ ସେଣ୍ଟରରୁ ୩୭୩ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କେସ୍‌ ୨୬୫ଅଛନ୍ତି । ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୧୩,୯୬୧ରେ ପହଞ୍ଚିଛି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୦ଜଣ, ବାଲେଶ୍ୱର ଜିଲ୍ଲାରୁ ୨୧ଜଣ, ବରଗଡ଼ ଜିଲ୍ଲାରୁ ୨୭ଜଣ, ଭଦ୍ରକ ଜିଲ୍ଲାରୁ ୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୩ଜଣ, ବୌଦ୍ଧ ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୩୯ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୧ଜଣ, ଗଞ୍ଜାମ ଜିଲ୍ଲାରୁ ୮ଜଣ, ଜଗତସିଂହପୁର ଜିଲ୍ଲାରୁ ୫୦ଜଣ, ଯାଜପୁର ଜିଲ୍ଲାରୁ ୨୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୩ଜଣ, କଳାହାଣ୍ଡି ଜିଲ୍ଲାରୁ ୨୧ଜଣ, କନ୍ଧମାଳ ଜିଲ୍ଲାରୁ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୩ଜଣ, କେନ୍ଦୁଝର ଜିଲ୍ଲାରୁ ୩୧ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭୦ଜଣ, କୋରାପୁଟ ଜିଲ୍ଲାରୁ ୯ଜଣ, ମାଲକାନଗିରି ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୬୫ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୩ଜଣ, ନୟାଗଡ଼ ଜିଲ୍ଲାରୁ ୫ଜଣ, ନୂଆପଡା ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୯ଜଣ, ରାୟଗଡ଼ା ଜିଲ୍ଲାରୁ ୧ଜଣ, ସମ୍ବଲପୁର ଜିଲ୍ଲାରୁ ୨୩ଜଣ, ସୋନପୁର ଜିଲ୍ଲାରୁ ୧ଜଣ, ସୁରନ୍ଦରଗଡ଼ ଜିଲ୍ଲାରୁ ୪୬ଜଣ, ଷ୍ଟେଟ୍‌ ପୁଲ୍‌ରୁ ୧୩ଜଣ ରହିଛନ୍ତି।

Comments are closed.