Odisha Link
Bridging the Missing Links in Odisha

ଆଖି ବୁଜିଲେ ଆଉ ୧୭ କରୋନା ଆକ୍ରାନ୍ତ

ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମୁଥିଲେ ମଧ୍ୟ ମୃତ୍ୟୁ ହାରରେ ବ୍ରେକ୍‌ ଳାଗୁନି। ୨୪ ଘଣ୍ଟା ମଧ୍ୟରେ ୬୬୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୭ ଜଣଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୬୫୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

୧୭ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, ସୁନ୍ଦରଗଡ ଜିଲ୍ଲାରୁ ୪ ଜଣ ଲେଖାଏଁ, ସମ୍ବଲପୁର ଜିଲ୍ଲାରୁ ୩ ଜଣ, ବରଗଡ, ଝାରସୁଗୁଡା ଜିଲ୍ଲାରୁ ୨ ଜଣ ଲେଖାଏଁ, ବଲାଙ୍ଗୀର ଏବଂ କେନ୍ଦ୍ରାପଡା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୪୬୨୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୭୧୦୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୦୫୮୧୩ଜଣ ସୁସ୍ଥ ହୋଇଛନ୍ତି। ସେହିପରି କରୋନାରେ ୧୬୫୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି।

Comments are closed.