Odisha Link
Bridging the Missing Links in Odisha

୬ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତ କଲେ ରାଜ୍ୟପାଳ

ଭୁବନେଶ୍ୱର : ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ରାଜ୍ୟର ୬ ବିଶ୍ୱବିଦ୍ୟାଳୟର କୁଳପତି ନିଯୁକ୍ତ କରିଛନ୍ତି‌। ରମାଦେବୀ ବିଶ୍ୱବିଦ୍ୟାଳୟ ପାଇଁ ଅପରାଜିତା ଚୌଧୁରୀ ଓ ଉତ୍କଳ ବିଶ୍ୱବିଦ୍ୟାଳୟ ପାଇଁ ସବିତା ଆଚାର୍ଯ୍ୟଙ୍କୁ ନିଯୁକ୍ତି ଦିଆଯାଇଛି।

ସେହିପରି ଫକୀର ମୋହନ ବିଶ୍ୱବିଦ୍ୟାଳୟ ପାଇଁ ଦୀନବନ୍ଧୁ ସାହୁ, ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପାଇଁ ଏନ୍‌. ନାଗରାଜୁ, ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ପାଇଁ କିଶୋର ବାସା ଓ ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟ ପାଇଁ ପ୍ରଫୁଲ୍ଲ ମହାନ୍ତି ମିଶ୍ରଙ୍କୁ କୁଳପତି ଭାବେ ରାଜ୍ୟପାଳ ନିଯୁକ୍ତି ଦେଇଛନ୍ତି।

Comments are closed.