Odisha Link
Bridging the Missing Links in Odisha

ଆଖି ବୁଜିଲେ ଆଉ ୧୬ କରୋନା ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଇବା ବେଳେ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗୁନି। ଗତ ୨୪ ଘଣ୍ଟା ମଧ୍ୟରେ ୭୩୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୬ ଜଣଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୬୮୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

୧୬ ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ ଜିଲ୍ଲାରୁ ୪ ଜଣ, ପୁରୀରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ, ଯାଜପୁର, ଗଞ୍ଜାମ, ଢେଙ୍କାନାଳ, କଟକ, ଭଦ୍ରକ, ବରଗଡ ଏବଂ ଅନୁଗୋଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୬୦୦୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୬୮୮୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୦୭୩୭୪ଜଣ ସୁସ୍ଥ ହୋଇଛନ୍ତି।

Comments are closed.