Odisha Link
Bridging the Missing Links in Odisha

ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦଶମ ଓ ଦ୍ୱାଦଶ ବୋର୍ଡ ପରୀକ୍ଷା ପରିଚାଳନା ନେଇ ମୁଖ୍ୟମନ୍ତ୍ରୀ ଚିଠି ଲେଖିଛନ୍ତି। କୋଭିଡ ସ୍ଥିତିରେ ଜାତୀୟ ସ୍ତରରେ ଗାଇଡଲାଇନ ପାଇଁ ମୁଖ୍ୟମନ୍ତ୍ରୀ ଚିଠିରେ କହିଛନ୍ତି।

ବୋର୍ଡ ପରୀକ୍ଷା ପାଇଁ ଟାଇମ ଫ୍ରେମ୍ ପ୍ରସ୍ତୁତ କରିବାକୁ ଚିଠିରେ ଲେଖିଛନ୍ତି। ଏହା ଦ୍ୱାରା ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ଦ୍ୱନ୍ଦ୍ୱ ଦୂର ହୋଇପାରିବ। ସବୁ ଉଚ୍ଚତମ ଶିକ୍ଷା ଇଣ୍ଟରଲିଙ୍କ ଥିବାରୁ ଜାତୀୟ ଗାଇଡଲାଇନ୍ ହେବା ଜରୁରୀ। ୨୦୨୦-୨୧ ବୋର୍ଡ ଓ ଏଚଏସଇ ପରୀକ୍ଷା ନେଇ କେନ୍ଦ୍ର ସ୍ୱଷ୍ଟ କରୁ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚିଠିରେ ଉଲ୍ଲେଖ କରିଛନ୍ତି।

ଛାତ୍ରଛାତ୍ରୀଙ୍କ ପାଖରେ ଡିଜିଟାଲି ପହଞ୍ଚିବାକୁ ବିଭିନ୍ନ ମାଧ୍ୟମ ନେଇଛୁ। ମାତ୍ର ସମସ୍ତ ଛାତ୍ରଛାତ୍ରୀଙ୍କ ପାଖରେ ପହଞ୍ଚିବା ସମ୍ଭବ ହୋଇନି। ବୋର୍ଡ ଓ କମ୍ପିଟିଟିଭ ପାଇଁ ସବୁ ଶିକ୍ଷାର୍ଥୀଙ୍କୁ ପ୍ରସ୍ତୁତ କରାଇବା ସମ୍ଭବ ନୁହେଁ।

Comments are closed.