Odisha Link
Bridging the Missing Links in Odisha

ଡମ୍ପର ଧକ୍କା ମୃତ୍ୟୁ ଘଟଣା, ମୃତକଙ୍କ ପରିବାରକୁ ମିଳିବ ୨ଲକ୍ଷ ଟଙ୍କା

ନୟାଗଡ଼: ନୟାଗଡ ଶରକୁଳରେ ହାଇଓ୍ୱା ଧକ୍କାରେ ୬ଜଣଙ୍କ ମୃତ୍ୟୁ ଘଟଣାରେ ମୃତକଙ୍କ ପରିବାରକୁ ମିଳିବ ୨ଲକ୍ଷ ଟଙ୍କା। ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ଏହି ଅର୍ଥରାଶି ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ପ୍ରଦାନ କରାଯିବ। ଏହାବ୍ୟତୀତ ରେଡକ୍ରସ ପାଣ୍ଠିରୁ ୨୦ହଜାର ଟଙ୍କା ଲେଖାଏଁ ସହାୟତା ଘୋଷଣା କରିଛନ୍ତି ନୟାଗଡ଼ ଉପଜିଲ୍ଲାପାଳ।

ସୂଚନାଯୋଗ୍ୟ, ଗତକାଲି ଅପରାହ୍ନରେ ଏକ ହାଇଓ୍ୱା ସିରିଜ ଦୁର୍ଘଟଣା ଘଟାଇଥିଲା। ଯେଉଁ ଦୁର୍ଘଟଣାରେ ୬ଜଣଙ୍କ ମୃତ୍ୟୁ ହୋଇଥିଲା। ଯାହାକୁ ନେଇ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଥିଲା। ଏପରିକି ସେମାନେ କ୍ଷତିପୂରଣ ଦାବିରେ ରାସ୍ତାରେ ଟାୟାର ଜାଳି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ବିଳମ୍ବିତ ରାତିରେ କ୍ଷତିପୂରଣ ପ୍ରତିଶ୍ରୁତି ମିଳିବା ପରେ ସେମାନେ ବିକ୍ଷୋଭରୁ ଓହରିଥିଲେ।

Comments are closed.