Odisha Link
Bridging the Missing Links in Odisha

ସମ୍ପନ୍ନ ହେଲା କାଳିଆର ଶେଷକୃତ୍ୟ

ଫୁଲବାଣୀ: କନ୍ଧମାଳର ବହୁଚର୍ଚ୍ଚିତ ଯୋଡ଼ାମୁଣ୍ଡ ଶିଶୁ ଜଗା କାଳିଆଙ୍କ ମଧ୍ୟରୁ ଗତକାଲି କାଳିଆର ମୃତ୍ୟୁ ଘଟିଥିଲା। ଆଜି କାଳିଆର ଶେଷକୃତ୍ୟ ସମ୍ପନ୍ନ ହୋଇଛି।କନ୍ଧମାଳ ଫିରିଙ୍ଗିଆ ବ୍ଲକ୍ ମିଲୁପଡ଼ାରେ କାଳିଆର ଅନ୍ତ୍ୟେଷ୍ଟି କରାଯାଇଛି। ଅନ୍ତ୍ୟେଷ୍ଟିରେ ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ଥାନୀୟ ବିଡିଓ ଉପସ୍ଥିତ ଥିଲେ।

ଗତକାଲି କଟକ ଏସସିବିରେ ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ରାତି ୯ଟା ୧୦ ମିନଟରରେ କାଳିଆର ମୃତ୍ୟୁ ହୋଇଥିଲା।ଗତ ସପ୍ତାହେ ଧରି କାଳିଆର ସ୍ୱାସ୍ଥ୍ୟବସ୍ଥାରେ ଅବନତି ଘଟିଥିଲା। ଶେଷରେ ସେ ସେପଟିସେମିଆରେ ଆକ୍ରାନ୍ତ ହୋଇ ହୋଇଥିବା ଡାକ୍ତରୀ ଟିମ୍ ସୂଚନା ଦେଇଥିଲେ।

କାଳିଆର ମୃତ୍ୟୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ଡାକ୍ତରମାନଙ୍କ ଅଦମ୍ୟ ଚେଷ୍ଟା ଓ ଚିକିତ୍ସା ସତ୍ତ୍ୱେ କାଳିଆର ଦେହାନ୍ତ ଖବର ଅତ୍ୟନ୍ତ ଦୁଃଖଦାୟକ। ଶୋକସନ୍ତପ୍ତ ପରିବାରକୁ ଭଗବାନ ଧୈର୍ଯ୍ୟ ଦିଅନ୍ତୁ। ଅସମୟରେ ଝଡି ପଡିଥିବା କାଳିଆର ଅମର ଆତ୍ମାର ସଦଗତି କାମନା ସହ ଏହି କଠିନ ସମୟରେ ଜଗାର ଉତ୍ତମ ସ୍ୱାସ୍ଥ୍ୟ ପାଇଁ ଭଗବାନଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି ମୁଖ୍ୟମନ୍ତ୍ରୀ।

ସୂଚନାଯୋଗ୍ୟ, ୨୦୧୭ ଜୁଲାଇ ୧୪ ତାରିଖରେ କନ୍ଧମାଳ ଜିଲ୍ଲା ମିଲୁପଡ଼ା ଗାଁର ଯୋଡ଼ାମୁଣ୍ଡ ଶିଶୁ ଜଗା-କାଳିଆଙ୍କୁ ଦିଲ୍ଲୀ ଏମ୍‌ସରେ ଅସ୍ତ୍ରୋପଚାର ପାଇଁ ଭର୍ତ୍ତି କରାଯାଇଥିଲା। ଅପରେଶନ ପାଇଁ ଗଠନ କରାଯାଇଥିଲା ଅଭିଜ୍ଞ ଡାକ୍ତରୀ ଟିମ୍। ଏପଟେ ଅପରେସନ କରାଯାଇଥିଲା। ନୂଆଦିଲ୍ଲୀସ୍ଥିତି ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମ୍ସ)ରେ ଚିକିତ୍ସିତ ହେଉଥିବା ଜଗା-କାଳିଆଙ୍କ ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୧ କୋଟି ଟଙ୍କା ମଞ୍ଜୁର କରିଥିଲେ।

ଏମ୍‌ସର ପୂର୍ବତନ ନିର୍ଦ୍ଦେଶକ ତଥା ବିଶିଷ୍ଟ ସ୍ନାୟୁଶଲ୍ୟ ବିଶେଷଜ୍ଞ ଡ.ଅଶୋକ ମହାପାତ୍ର ଯୋଡ଼ାମୁଣ୍ଡ ଶିଶୁ ଜଗା-ବଳିଆଙ୍କ ସଫଳ ଅସ୍ତ୍ରୋପଚାର କରି କରିଥିଲେ। ପ୍ରଫେସର ଅଶୋକ କୁମାର ମହାପାତ୍ରଙ୍କ ନେତୃତ୍ୱରେ ସଫଳତାର ସହ କରାଯାଇଥିବା ବିରଳ ଯୋଡ଼ାମୁଣ୍ଡ ଅସ୍ତ୍ରୋପଚାର ଲିମ୍‌କା ବୁକ୍ ଅଫ୍ ରେକର୍ଡସରେ ୨୦୨୦ସଂସ୍କରଣରେ ସ୍ଥାନ ପାଇଥିଲା। ୨୦୧୭ ମସିହାରେ ନୂଆଦିଲ୍ଲୀ ଏମ୍ସଠାରେ ଏହି ଅସ୍ତ୍ରୋପଚାର ସଫଳତାର ସହ କରାଯାଇଥିଲା

Comments are closed.