Odisha Link
Bridging the Missing Links in Odisha

ରାଜ୍ୟରେ କରୋନା: ୫୫୦ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଏବେ ପ୍ରତିଦିନ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଛି। ଗତ ୨୪ ଘଣ୍ଟା ମଧ୍ୟରେ ୫୫୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୧୭ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୩୩ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫୩ ଜଣ, ବାଲେଶ୍ୱର ଜିଲ୍ଲାରୁ ୨୧ଜଣ, ବରଗଡ଼ ଜିଲ୍ଲାରୁ ୨୫ଜଣ, ଭଦ୍ରକ ଜିଲ୍ଲାରୁ ୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୧ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୩୫ଜଣ, ଦେଓଗଡ଼ ଜିଲ୍ଲାରୁ୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୫ଜଣ, , ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୧୯ଜଣ, ଯାଜପୁର ଜିଲ୍ଲାରୁ ୧୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୫ଜଣ, କଳାହାଣ୍ଡି ଜିଲ୍ଲାରୁ ୧୯ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୬ଜଣ, କେନ୍ଦୁଝର ଜିଲ୍ଲାରୁ ୧୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୯ଜଣ, ମାଲକାନଗିରି ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୮ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ନୂଆପଡା ଜିଲ୍ଲାରୁ ୩୧ଜଣ, ପୁରୀ ଜିଲ୍ଲାରୁ ୨୬ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ୩୭ଜଣ, ସୋନପୁର ଜିଲ୍ଲାରୁ ୩ଜଣ, ସୁରନ୍ଦରଗଡ଼ ଜିଲ୍ଲାରୁ ୪୭ଜଣ, ଷ୍ଟେଟ୍‌ ପୁଲ୍‌ରୁ ୧୧ଜଣ ରହିଛନ୍ତି।

Comments are closed.