Odisha Link
Bridging the Missing Links in Odisha

ବ୍ରହ୍ମପୁରରେ କ୍ରାଇମବ୍ରାଞ୍ଚର ୨ ଜଣିଆ ଟିମ୍

ବ୍ରହ୍ମପୁର: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ପାଠକ ବାପ ପୁଅଙ୍କ ଅଡୁଆ ବଢ଼ିବାରେ ଲାଗିଛି। ନିଜକୁ ଟାଟା ମୋଟର୍ସର ଏମ୍‌ଡି ରୂପେ ପରିଚୟ ଦେଇ ଆକାଶ ପାଠକ ଗଞ୍ଜାମ ଜିଲ୍ଲାର ବହୁ ଯୁବକ ଯୁବତୀଙ୍କଠାରୁ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିଥିବା ଅଭିଯୋଗ ହୋଇଥିଲା। ଏହାର ତଦନ୍ତ ନିମନ୍ତେ ବ୍ରହ୍ମପୁରରେ ପହଞ୍ଚିଛି କ୍ରାଇମବ୍ରାଞ୍ଚର ୨ ଜଣିଆ ଟିମ୍।

ଆକାଶ ପାଠକଙ୍କ ନାଁରେ ଆସିଥିବା ଚାକିରି ଦେବା ନାଁରେ ଠକେଇ ଅଭିଯୋଗର ତଦନ୍ତ ହେବ।  ନିଜକୁ ଟାଟା ମୋଟର୍ସର ଏମ୍‌ଡି ରୂପେ ପରିଚୟ ଦେଇ ଆକାଶ ପାଠକ ଗଞ୍ଜାମ ଜିଲ୍ଲାର ବହୁ ଯୁବକ ଯୁବତୀଙ୍କଠାରୁ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିଥିବା ଅଭିଯୋଗ ହୋଇଥିଲା। ଏନେଇ କ୍ରାଇମବ୍ରାଞ୍ଚ ଆଇଜିଙ୍କୁ ପତ୍ର ଲେଖି ଫେରାଦ ହୋଇ ଥିଲା ଟାଟା ମୋଟର୍ସ। ଆକାଶଙ୍କ ବିରୋଧରେ ଏଫଆଇଆର ମଧ୍ୟ ରୁଜୁ ହୋଇଥିଲା।ଯେଉଁ ଯୁବକ ଯୁବତୀ ଠକେଇର ଶିକାର ହୋଇଛନ୍ତି, ସେମାନଙ୍କୁ କ୍ରାଇମବ୍ରାଞ୍ଚ ଟିମ୍‌ ଭେଟିବା ସହ ତଥ୍ୟ ସଂଗ୍ରହ କରିବ ବୋଲି ଜଣାଯାଇଛି।

ଅପରପକ୍ଷେ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଅତିରିକ୍ତ ପିସିସିଏଫ୍ ଅଭୟକାନ୍ତ ପାଠକଙ୍କ ଭୁବନେଶ୍ୱରର ୫ଟି ଏବଂ ମୁମ୍ବାଇ ଓ ପୁଣେର ୭ଟି ସ୍ଥାନରେ ରେଡ୍ କରିଥିଲା ଭିଜିଲାନ୍ସ । ଏହିଭଳି ଏକକାଳୀନ ୧୩ଟି ସ୍ଥାନରେ ଭିଜିଲାନ୍ସ ଚଢାଉ କରିଥିଲା। ଅଭୟକାନ୍ତଙ୍କ ସମ୍ପତ୍ତି, ଗୋଟିଏ ପରେ ଗୋଟିଏ ଦାମୀ ଗାଡ଼ି, ଆଲିସାନ୍ ଫ୍ଲାଟ୍ ଆଉ ଫାର୍ମ ହାଉସ୍ ସଂପର୍କୀୟ ଓ ଡ୍ରାଇଭରଙ୍କ ନାଁରେ ବି ବିପୁଳ ସମ୍ପତ୍ତି ଥିବା ଜଣାପଡିଛି।

Comments are closed.