Odisha Link
Bridging the Missing Links in Odisha

ରାଜ୍ୟରେ କରୋନା: ୩୭୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ୫୦୦ ତଳକୁ ଖସିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ ୩୭୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୧୯ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୫୯ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩୮ ଜଣ, ବାଲେଶ୍ୱର ଜିଲ୍ଲାରୁ ୧୪ଜଣ, ବରଗଡ଼ ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୨ଜଣ, କଟକ ଜିଲ୍ଲାରୁ ୨୪ଜଣ, ଦେଓଗଡ଼ ଜିଲ୍ଲାରୁ ୧ ଜଣ, ଢେଙ୍କାନାଳ ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୭ଜଣ, ଜଗତସିଂହପୁର ଜିଲ୍ଲାରୁ ୧୮ଜଣ, ଯାଜପୁର ଜିଲ୍ଲାରୁ ୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୫ଜଣ, କଳାହାଣ୍ଡି ଜିଲ୍ଲାରୁ ୮ଜଣ, କନ୍ଧମାଳ ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦ଜଣ, କେନ୍ଦୁଝର ଜିଲ୍ଲାରୁ ୧୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୭ଜଣ,କୋରାପୁଟ ଜିଲ୍ଲାରୁ ୪ ଜଣ, ମାଲକାନଗିରି ଜିଲ୍ଲାରୁ ୧ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୪ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ଜଣ, ନୟାଗଡ଼ ଜିଲ୍ଲାରୁ୪ ଜଣ, ନୂଆପଡା ଜିଲ୍ଲାରୁ ୨୧ଜଣ, ପୁରୀ ଜିଲ୍ଲାରୁ ୧୯ଜଣ, ସମ୍ବଲପୁର ଜିଲ୍ଲାରୁ ୧୪ ଜଣ, ସୋନପୁର ଜିଲ୍ଲାରୁ ୧ ଜଣ ,ସୁରନ୍ଦରଗଡ଼ ଜିଲ୍ଲାରୁ ୩୨ଜଣ, ଷ୍ଟେଟ୍‌ ପୁଲ୍‌ରୁ ୧୦ ଜଣ ରହିଛନ୍ତି।

Comments are closed.