Odisha Link
Bridging the Missing Links in Odisha

ରାଜ୍ୟରେ କରୋନା: ୪୮୦ ଆକ୍ରାନ୍ତ ଚିହ୍ନଟ, ୬ ମୃତ

ଭୁବନେଶ୍ବର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୪୮୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୭୬ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୦୪ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧୯୫୮୩ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୧ଜଣ, ବାଲେଶ୍ୱର ଜିଲ୍ଲାରୁ ୧୯ଜଣ, ବରଗଡ଼ ଜିଲ୍ଲାରୁ ୩୦ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୭ଜଣ, ବୌଦ୍ଧ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୩୫ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୭ଜଣ, ଜଗତସିଂହପୁର ଜିଲ୍ଲାରୁ ୧୯ଜଣ, ଯାଜପୁର ଜିଲ୍ଲାରୁ ୭ଜଣ, ଝାରସୁଗୁଡା ଜିଲ୍ଲାରୁ ୧୬ଜଣ, କଳାହାଣ୍ଡି ଜିଲ୍ଲାରୁ ୨୮ଜଣ, କନ୍ଧମାଳ ଜିଲ୍ଲାରୁ ୧୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୭ଜଣ, କେନ୍ଦୁଝର ଜିଲ୍ଲାରୁ ୧୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୧ଜଣ, କୋରାପୁଟ ଜିଲ୍ଲାରୁ ୧୦ଜଣ, ମାଲକାନଗିରି ଜିଲ୍ଲାରୁ ୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୬ଜଣ, ନବରଙ୍ଗପୁର ଜିଲ୍ଲାରୁ ୬ଜଣ, ନୟାଗଡ଼ ଜିଲ୍ଲାରୁ ୪ଜଣ, ନୂଆପଡ଼ା ଜିଲ୍ଲାରୁ ୧୪ଜଣ, ପୁରୀ ଜିଲ୍ଲାରୁ ୩୧ଜଣ, ରାୟଗଡ଼ା ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୧୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୧ଜଣ, ଷ୍ଟେଟ ପୁଲ୍‌ରୁ ୩୧ଜଣ ରହିଛନ୍ତି।

ଗତ ୨୪ ଘଣ୍ଟା ମଧ୍ୟରେ ୬ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୫୦କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୬ ମୃତକଙ୍କ ମଧ୍ୟରୁ ୨ ଜଣ ଗଞ୍ଜାମ ଜିଲ୍ଲାରୁ, ବାଲେଶ୍ବର, ଝାରସୁଗୁଡା, ଖୋର୍ଦ୍ଧା ଏବଂ ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୯୫୮୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୫୦୪୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୧୨୭୩୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି କରୋନାରେ ୧୭୫୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି।

Comments are closed.