Odisha Link
Bridging the Missing Links in Odisha

ରାଜ୍ୟରେ କରୋନା: ୪୩୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଦିନକୁ ଦିନ ରାଜ୍ୟରେ କରୋନା ସଂକ୍ରମିତ ହାର କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୩୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇନ୍ତି। ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନ୍‌ ସେଣ୍ଟରରରୁ ୨୪୯ ଓ ଲୋକାଲ୍‌ କେସ୍‌ ୧୮୫ ରହିଛି।

ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୦,୦୧୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୫ଜଣ, ବାଲେଶ୍ୱର ଜିଲ୍ଲାରୁ ୧୦ଜଣ, ବରଗଡ଼ ଜିଲ୍ଲାରୁ ୨୩ଜଣ, ଭଦ୍ରକ ଜିଲ୍ଲାରୁ ୮ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୯ଜଣ, ବୌଦ୍ଧ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୨୮ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୯ଜଣ, ଜଗତସିହଂପୁର ଜିଲ୍ଲାରୁ ୯ଜଣ, ଯାଜପୁର ଜିଲ୍ଲାରୁ ୧୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୭ଜଣ, କଳାହାଣ୍ଡି ଜିଲ୍ଲାରୁ ୮ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୮ଝଣ, କେନ୍ଦୁଝର ଜିଲ୍ଲାରୁ ୨୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୪ଜଣ, କୋରାପୁଟ ଜିଲ୍ଲାରୁ ୬ଜଣ, ମାଲକାନଗିରି ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୩୦ଜଣ, ପୁରୀ ଜିଲ୍ଲାରୁ ୧୯ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୮ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୪୧ଜଣ, ଷ୍ଟେଟ ପୁଲ୍‌ରୁ ୧୧ଜଣ ରହିଛନ୍ତି ।

Comments are closed.