Odisha Link
Bridging the Missing Links in Odisha

ପ୍ରଦୀପ ପାଣିଗ୍ରାହୀଙ୍କୁ ଉଠାଇନେଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ବର: ପାଠକ ବାପା-ପୁଅ ଗିରଫ ପରେ ଗୁରୁବାର ବିଜେଡିରୁ ବହିଷ୍କୃତ ହୋଇଥିବା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଉଠାଇ ନେଇଛି କ୍ରାଇମବ୍ରାଞ୍ଚ। ଆକାଶ ପାଠକଙ୍କ ସହ ମିଶି ପ୍ରଦୀପ ପାଣିଗ୍ରାହୀ କେତେ ଜଣଙ୍କୁ ଲୁଟିଛନ୍ତି, କେତେ ଟଙ୍କା ନେଇଛନ୍ତି ? ପ୍ରଦୀପଙ୍କୁ ଏସବୁ ପଚରାଉଚରା କରୁଛି କ୍ରାଇମବ୍ରାଞ୍ଚର ସାଇବର ସେଲ୍।

ସରକାରୀ ବାସଭବନରୁ କ୍ରାଇମବ୍ରାଞ୍ଚର ସାଇବର ସେଲ୍ ପ୍ରଦୀପଙ୍କୁ ଥାନାକୁ ନେଇ ଜେରା କରୁଛି। ସାଇବର ଥାନାର କେସ୍ ନମ୍ବର ୨୬/୨୦୨୦ ମାମଲାରେ ପ୍ରଦୀପ ପାଣିଗ୍ରାହୀଙ୍କୁ ଜେରା କରାଯାଉଥିବା କ୍ରାଇମବ୍ରାଞ୍ଚ ପକ୍ଷରୁ ସୂଚନା ଦିଆଯାଇଛି। ପୂର୍ବରୁ ପ୍ରଦୀପଙ୍କ ଭାବି ଜ୍ୱାଇଁ ଆକାଶ ପାଠକଙ୍କ ନାଁରେ ଟାଟା ମୋଟର୍ସ ପକ୍ଷରୁ କ୍ରାଇମବ୍ରାଞ୍ଚରେ ଏତଲା ଦିଆଯାଇଥିଲା।

Comments are closed.