ରାଜ୍ୟରେ କରୋନା: ୫୦୦ ତଳକୁ ଖସିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ଦିନକୁ ଦିନ ରାଜ୍ୟରେ କରୋନା ସଂକ୍ରମିତ ହାର କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୭୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇନ୍ତି। ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନ୍ ସେଣ୍ଟରରରୁ ୨୧୫ ଓ ଲୋକାଲ୍ କେସ୍ ୧୬୨ରହିଛି।
ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୦,୩୯୪କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।
Covid-19 Report For 3rd December
New Positive Cases: 377
In quarantine: 215
Local contacts: 162(Details of local contacts will be shared by concerned District Administration)
District Wise Cases:
1. Angul: 28
2. Balasore: 16
3. Bargarh: 11
4. Bhadrak: 9
5. Balangir: 2— I & PR Department, Odisha (@IPR_Odisha) December 4, 2020
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୮ଜଣ, ବାଲେଶ୍ୱର ଜିଲ୍ଲାରୁ ୧୬ଜଣ, ବରଗଡ଼ ଜିଲ୍ଲାରୁ ୧୧ଜଣ, ଭଦ୍ରକ ଜିଲ୍ଲାରୁ ୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୧୮ଜଣ, ଦେଓଗଡ଼ ଜିଲ୍ଲାରୁ୨ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିହଂପୁର ଜିଲ୍ଲାରୁ ୧୧ଜଣ, ଯାଜପୁର ଜିଲ୍ଲାରୁ ୧୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୮ଜଣ, କଳାହାଣ୍ଡି ଜିଲ୍ଲାରୁ ୭ଜଣ, କନ୍ଦମାଳ ଜିଲ୍ଲାରୁ ୧ ଜଣେ, କେନ୍ଦ୍ରାପଡା ଜିଲ୍ଲାରୁ୭ଜଣ, କେନ୍ଦୁଝର ଜିଲ୍ଲାରୁ ୧୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୬ଜଣ, କୋରାପୁଟ ଜିଲ୍ଲାରୁ ୮ଜଣ, ମାଲକାନଗିରି ଜିଲ୍ଲାରୁ ୧ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୫ଜଣ, ନୟାଗଡ଼ ଜିଲ୍ଲାରୁ୬ ଜଣେ, ନୂଆପଡ଼ା ଜିଲ୍ଲାରୁ ୧୪ଜଣ, ପୁରୀ ଜିଲ୍ଲାରୁ ୧୩ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣେ, ସମ୍ବଲପୁର ଜିଲ୍ଲାରୁ ୮ଜଣ, ସୋନପୁର ଜିଲ୍ଲାରୁ ୪ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୪୭ଜଣ, ଷ୍ଟେଟ ପୁଲ୍ରୁ ୧୨ଜଣ ରହିଛନ୍ତି ।
Comments are closed.