Odisha Link
Bridging the Missing Links in Odisha

କରୋନା: ରାଜ୍ୟରେ ସୁସ୍ଥ ହେଲେ ୬୦୫ ଆକ୍ରାନ୍ତ

ଭୁବନେଶ୍ବର: ଦୀର୍ଘ ନଅ ମାସ ପରେ ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗୁଛି। ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୦୫ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ଆରୋଗ୍ୟଙ୍କ ସଂଖ୍ୟା ୩, ୧୫, ୨୭୦କୁ ବୃଦ୍ଧି ଘଟିଛି। ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ତରଫରୁ ଶନିବାର ଟ୍ଵିଟ୍ ଯୋଗେ ଏହାର ସୂଚନା ଦିଆଯାଇଛି।

ବିଭାଗ ଅନୁଯାୟୀ ରାଜ୍ୟରେ ଆଜି କଟକରୁ ସର୍ବାଧିକ ୬୭ ଜଣ ସୁସ୍ଥ ହୋଇଛନ୍ତି। ଏହି ପରି ଖୋର୍ଦ୍ଧାରୁ ୬୭, ସୁନ୍ଦରଗଡରୁ ୬୭, ଅନୁଗୁଳରୁ ୬୩, ମୟୂରଭଞ୍ଜରୁ ୩୭, କଳାହାଣ୍ଡିରୁ ୩୫, କେନ୍ଦ୍ରାପଡାରୁ ୨୬, କେନ୍ଦୁଝରରୁ ୨୪, ବରଗଡରୁ ୨୦, ବଲାଙ୍ଗୀରରୁ ୨୦, ନୂଆପଡାରୁ ୨୦, ଯାଜପୁରରୁ ୧୭, ପୁରୀରୁ ୧୫, ଝାରସୁଗୁଡାରୁ ୧୪, ସମ୍ବଲପୁରରୁ ୧୪, ବାଲେଶ୍ଵରରୁ ୧୨, ଜଗତସିଂହପୁରରୁ ୧୨, ଭଦ୍ରକରୁ ୧୧, କନ୍ଧମାଳରୁ ୯, ଢେଙ୍କାନାଳରୁ ୬, ଗଞ୍ଜାମରୁ ୫, ନୟାଗଡରୁ ୪, ରାୟଗଡାରୁ ୪, ବୌଦ୍ଧରୁ ୩, ଗଜପତିରୁ ୩, କୋରାପୁଟରୁ ୩, ମାଲକାନଗିରିରୁ ୩, ନବରଙ୍ଗପୁରରୁ ୩, ଦେବଗଡରୁ ୨ ଓ ସୋନପୁରରୁ ୨ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟଲାଭ କରିଛନ୍ତି।

ପ୍ରକାଶ ଯେ, ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୦୯ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୩୨୦୮୦୩କୁ ବୃଦ୍ଧି ଘଟିଛି। ଅନ୍ୟପଟେ କରୋନା ଆଉ ୫ ଜଣଙ୍କ ମୁଣ୍ଡ ନେଇଛି।

Comments are closed.