Odisha Link
Bridging the Missing Links in Odisha

କରୋନା: ରାଜ୍ୟରେ ଜୀବନ ହାରିଲେ ଆଉ ୬ ସଂକ୍ରମିତ

ଭୁବନେଶ୍ବର: ଦୀର୍ଘ ନଅ ମାସ ପରେ ରାଜ୍ୟରେ କମୁଛି କରୋନା ମୃତ୍ୟୁ ସଂଖ୍ୟା। ଆଜି କରୋନା ଆକ୍ରାନ୍ତରେ ୬ ଜଣଙ୍କ ମୃତ୍ୟୁ ଘଟିଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧,୭୭୧ କୁ ବୃଦ୍ଧି ହୋଇଛି।

ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି। ୬ ଜଣ ମୃତକଙ୍କ ମଧ୍ୟରୁ ଭୁବନେଶ୍ବରରୁ ସର୍ବାଧିକ ୨ ଜଣ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ବାଲେଶ୍ବର, ବଲାଙ୍ଗିର, କଳାହାଣ୍ଡି ଓ ନୂଆପଡ଼ାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

Comments are closed.