Odisha Link
Bridging the Missing Links in Odisha

ଭାରତ ବନ୍ଦକୁ ସମର୍ଥନ ନେଇ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେବେ: ଦେବୀ ମିଶ୍ର

ଭୁବନେଶ୍ୱର: ନୂଆ କୃଷି ଆଇନକୁ ବିରୋଧ କରି କୃଷକ ସଂଗଠନଗୁଡିକ ଚଳାଇଥିବା ଆନ୍ଦୋଳନ ବ୍ୟାପକ ଓ ତୀବ୍ର ହେବାରେ ଲାଗିଛି ହେବାରେ ଲାଗିଛି। ଦିନକୁ ଦିନ କୃଷକ ସଂଗଠନଗୁଡିକ ପ୍ରତି ସମର୍ଥନ ବଢିବାରେ ଲାଗିଛି। ନୂଆ କୃଷି ଆଇନକୁ ବିରୋଧ କରି ୪୦ଟି କୃଷକ ସଙ୍ଗଠନ ପକ୍ଷରୁ ଆସନ୍ତାକାଲି ଭାରତବନ୍ଦ ଡାକରା ଦିଆଯାଇଛି। ଭାରତ ବନ୍ଦ ଡାକରାକୁ ବିରୋଧୀ ରାଜନୈତିକ ଦଳ, ବିଭିନ୍ନ ଟ୍ରେଡ ୟୁନିୟନ, ବ୍ୟାଙ୍କ ସଂଗଠନ ଓ ଅନ୍ୟାନ୍ୟ ବ୍ୟକ୍ତି ବିଶେଷଙ୍କ ସମର୍ଥନ ଜଣାଇଛନ୍ତି।

ତେବେ ଭାରତ ବନ୍ଦକୁ ବିଜେଡି ସମର୍ଥନ ଦେବ କି ନାହିଁ ସେ ନିଷ୍ପତ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନେବେ ବୋଲି ବିଜେଡି ଉପସଭାପତି ଦେବୀ ମିଶ୍ର କହିଛନ୍ତି। ସେ କହିଛନ୍ତି ଯେ, ଚାଷୀ ସମସ୍ୟା ପ୍ରତି ଆମର ନୈତିକ ସମର୍ଥନ ରହିଛି। ଅଭିମୁଖ୍ୟ ସଂସଦରେ ସ୍ପଷ୍ଟ କରିଛୁ । ବିଜେଡି ଚାଷୀଙ୍କ ସହ ରହିଛି ବୋଲି ଦେବୀ ମିଶ୍ର କହିଛନ୍ତି।

Comments are closed.