Odisha Link
Bridging the Missing Links in Odisha

ରାଜ୍ୟରେ କରୋନା: ୩୪୯ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ଗତ ୨୪ ଘଣ୍ଟାର ରାଜ୍ୟରେ ୩୪୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୯୮ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୫୧ ସ୍ଥାନୀୟ ସଂକ୍ରମିତ ବୋଲି ଜାଣିବାକୁ ମିଳିଛି।

ନୂଆ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୧ ହଜାର ୯୧୩ରେ ପହଞ୍ଚିଛି। ରାଜ୍ୟରେ ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୧୬ ହଜାର ୪୪୭ ଜଣ ଓ ସକ୍ରିୟ ଅଛନ୍ତି ୩ ହଜାର ୬୨୯ ଜଣ ଆକ୍ରାନ୍ତ। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଅ‌ାଯାଇଛି।

ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୬ଜଣ, ବାଲେଶ୍ୱର ଜିଲ୍ଲାରୁ ୨୩ଜଣ, ବରଗଡ଼ ଜିଲ୍ଲାରୁ ୧୯ଜଣ, ଭଦ୍ରକ ଜିଲ୍ଲାରୁ ୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୬ଜଣ, ବୌଦ୍ଧ ଜିଲ୍ଲାରୁ ୪ଝଣ, କଟକ ଜିଲ୍ଲାରୁ ୨୨ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୫ଜଣ, ଯାଜପୁର ଜିଲ୍ଲାରୁ ୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୮ଜଣ, କଳାହାଣ୍ଡି ଜିଲ୍ଲାରୁ ୧୯ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫ଜଣ, କେନ୍ଦୁଝର ଜିଲ୍ଲାରୁ ୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୪ଝଣ, କୋରାପୁଟ ଜିଲ୍ଲାରୁ ଜଣେ, ମାଲକାନାଗିରି ଜିଲ୍ଲାରୁ ୩ଝଣ, ମୟୁରଭଞ୍ଜ ଜିଲ୍ଲାରୁ ୧୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୧୦ଜଣ, ପୁରୀ ଜିଲ୍ଲାରୁ ୨୨ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୪ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୬ଜଣ, ଷ୍ଟେଟ୍‌ ପୁଲ୍‌ରୁ ୧୦ଜଣ ରହିଛନ୍ତି ।

Comments are closed.