Odisha Link
Bridging the Missing Links in Odisha

କରୋନା: ରାଜ୍ୟରେ ଚିହ୍ନଟ ହେଲେ ୩୮୬ ପଜିଟିଭ୍

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୮୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୧୧୬୯ରେ ପହଞ୍ଚିଛି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୨୯ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୬୪ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ ଦିଆଯାଇଛି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୫ଜଣ, ବାଲେଶ୍ୱର ଜିଲ୍ଲାରୁ ୧୧ଜଣ, ବରଗଡ଼ ଜିଲ୍ଲାରୁ ୯ଜଣ, ଭଦ୍ରକ ଜିଲ୍ଲାରୁ ୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୩ଜଣ, କଟକ ଜିଲ୍ଲାରୁ ୨୫ଜଣ, ଦେଓଗଡ଼ ଜିଲ୍ଲାରୁ ୧୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୬ଜଣ, ଗଜପତି ଜିଲ୍ଲାରୁ ୧ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୧୧ଜଣ, ଯାଜପୁର ଜିଲ୍ଲାରୁ ୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୨ଜଣ, କଳାହାଣ୍ଡି ଜିଲ୍ଲାରୁ ୨୭ଜଣ, କନ୍ଧମାଳ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୨ଜଣ, କେନ୍ଦୁଝର ଜିଲ୍ଲାରୁ ୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୯ଜଣ, କୋରାପୁଟ ଜିଲ୍ଲାରୁ ୭ଜଣ, ମାଲକାନଗିରି ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୧ଜଣ, ନୟାଗଡ଼ ଜିଲ୍ଲାରୁ ୪ଜଣ, ନୂଆପଡା ଜିଲ୍ଲାରୁ ୧୨ଜଣ, ପୁରୀ ଜିଲ୍ଲାରୁ ୧୮ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୧ଜଣ, ସୁରନ୍ଦରଗଡ଼ ଜିଲ୍ଲାରୁ ୪୫ଜଣ, ଷ୍ଟେଟ୍‌ ପୁଲ୍‌ରୁ ୧୧ଜଣ ରହିଛନ୍ତି।

Comments are closed.