Odisha Link
Bridging the Missing Links in Odisha

ରାଜ୍ୟରେ କରୋନା: ୩୪୩ ଆକ୍ରାନ୍ତ ଚିହ୍ନଟ, ୫ ମୃତ

ଭୁବନେଶ୍ବର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୩୪୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୭ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୪୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୨୬୪୨ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩୨ଜଣ, ବାଲେଶ୍ୱର ଜିଲ୍ଲାରୁ ୧୭ଜଣ, ବରଗଡ଼ ଜିଲ୍ଲାରୁ ୧୮ଜଣ, ଭଦ୍ରକ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୯ଜଣ, କଟକ ଜିଲ୍ଲାରୁ ୨୧ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୮ଜଣ, ଜଗତସିଂହପୁର ଜିଲ୍ଲାରୁ ୧୩ଜଣ, ଯାଜପୁର ଜିଲ୍ଲାରୁ ୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୮ଜଣ, କଳାହାଣ୍ଡି ଜିଲ୍ଲାରୁ ୧୦ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ଜଣ, କେନ୍ଦୁଝର ଜିଲ୍ଲାରୁ ୧୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୨ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମାଲକାନଗିରି ଜିଲ୍ଲାରୁ ୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୦ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୧୨ଜଣ, ପୁରୀ ଜିଲ୍ଲାରୁ ୨୨ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୫ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୪୧ଜଣ, ଷ୍ଟେଟ୍‌ ପୁଲ୍‌ରୁ ୭ଜଣ ରହିଛନ୍ତି।

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୯୪କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୫ ମୃତକଙ୍କ ମଧ୍ୟରୁ ବଲାଙ୍ଗୀର, ଖୋର୍ଦ୍ଧା, କେନ୍ଦୁଝର, ମୟୁରଭଞ୍ଜ ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୨୬୪୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୩୩୮୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୧୭୪୧୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି କରୋନାରେ ୧୭୯୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି। ଏବେ ସୁଦ୍ଧା ରାଜ୍ୟରେ ୬୨୮୧୧୬୨ଟି ସାମ୍ପୁଲ ଟେଷ୍ଟ୍ ହୋଇଛି।

Comments are closed.