Odisha Link
Bridging the Missing Links in Odisha

ଭାରସାମ୍ୟ ହରାଇ ଓଲଟି ପଡ଼ିଲା ବସ,୧୦ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ

ରାଇରଙ୍ଗପୁର: ମୟୁରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଝରଣ ନିକଟରେ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ଓଲଟିଲା ପଡ଼ିଛି। ସୂଚନାଯୋଗ୍ୟ ଯେ, ଆପୁ ନାମକ ଯାତ୍ରୀବାହୀ ବସ୍ ରାଇରଙ୍ଗପୁରରୁ ଉଦଳା ଫେରୁଥିବା ସମୟରେ ଝରଣ ନିକଟରେ ଭାରସାମ୍ୟ ହରାଇ ରାସ୍ତାକଡ଼ ବିଲକୁ ଓଲଟି ପଡିଥିଲା । ବସରେ ଥିବା ପ୍ରାୟ ୫୦ଜଣ ଯାତ୍ରୀଙ୍କ ମଧ୍ୟରୁ ୧୦ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ ହୋଇଛନ୍ତି।

ସମସ୍ତ ଆହତଙ୍କୁ ଉଦ୍ଧାର କରି ରାଇରଙ୍ଗପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।ଦୁର୍ଘଟଣା ସମ୍ପର୍କରେ ଖବର ପାଇ ଅଗ୍ନିଶମ ବାହିନୀ ଓ ସ୍ଥାନୀୟ ଲୋକଙ୍କ ଦ୍ୱାରା ଉଦ୍ଧାର କାର୍ଯ୍ୟ ଜାରି ରହିଛି। ତେବେ ଦୁର୍ଘଟଣାର କାରଣ ସମ୍ପର୍କରେ କିଛି ଜଣାପଡ଼ିନଥିବାବେଳେ ଭାରସାମ୍ୟ ହରାଇ ବସଟି ଓଲଟି ପଡ଼ିଥିବା ଅନୁମାନ କରାଯାଉଛି ।

Comments are closed.