Odisha Link
Bridging the Missing Links in Odisha

କରୋନା: ରାଜ୍ୟରେ ୪ ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର: ଦୀର୍ଘ ନଅ ମାସ ପରେ ରାଜ୍ୟରେ କମୁଛି କରୋନା ସଂକ୍ରମଣଙ୍କ ସଂଖ୍ୟା। ୨୪ ଘଣ୍ଟା ମଧ୍ୟରେ ୩୮୭ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪ ଜଣଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୯୪କୁ ବୃଦ୍ଧି ପାଇଛି।

ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୪ ମୃତକଙ୍କ ମଧ୍ୟରେ ବରଗଡ, ଖୋର୍ଦ୍ଧା, ମାଲକାନଗିରି ଏବଂ ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।

ପ୍ରକାଶ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୩୦୨୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୩୩୦୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୧୭୮୭୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି କରୋନାରେ ୧୭୯୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି। ଏବେ ସୁଦ୍ଧା ରାଜ୍ୟରେ ୬୩୧୨୭୦୭ଟି ସାମ୍ପୁଲ ଟେଷ୍ଟ୍ ହୋଇଛି।

Comments are closed.