Odisha Link
Bridging the Missing Links in Odisha

ତାଳଚେର ସାର କାରଖାନା ହେବ ଭାରତର ପ୍ରଥମ କୋଇଲା ଗ୍ୟାସିଫିକେସନ ଆଧାରିତ କାରଖାନା: ଧର୍ମେନ୍ଦ୍ର

ଭୁବନେଶ୍ୱର: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ତାଳଚେର ସାର କାରଖାନା(ଟିଏଫ୍‌ଏଲ୍‌) ଦ୍ୱାରା କାର୍ଯ୍ୟକାରୀ ହେଉଥିବା କୋଇଲା ଗ୍ୟାସିଫିକେସନ ଏବଂ ୟୁରିଆ ଉତ୍ପାଦନ ପ୍ରକଳ୍ପର ଅଗ୍ରଗତି ନେଇ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ, କେନ୍ଦ୍ର ସାର ଓ ରସାୟନ ରାଷ୍ଟ୍ରମନ୍ତ୍ରୀ ମନସୁଖଲାଲ ମାଣ୍ଡଭିୟ ଏବଂ ଭାରତ ସରକାରଙ୍କ ବିଭିନ୍ନ ମବଣାଳୟର ବରିଷ୍ଠ ଅଧିକାରୀଙ୍କ ସହ ସମୀକ୍ଷା କରିଛନ୍ତି ।

ଏହି ଅବସରରେ ପ୍ରଧାନ କହିଛନ୍ତି ଯେ ତାଳଚେର ସାର କାରଖାନା କାର୍ଯ୍ୟକ୍ଷମ ହେଲେ ଏହା ପେଟକୋକ୍‌ ବ୍ଲେଣ୍ଡିଂ ସହ ଭାରତର ପ୍ରଥମ କୋଇଲା ଗ୍ୟାସିଫିକେସନ ଆଧାରିତ ସାର କାରଖାନା ହେବ। ଏହାସହ ଏହି କାରଖାନା ଓଡିଶା ଏବଂ ପୂର୍ବ ଭାରତର ବିଭିନ୍ନ ଅଂଚଳରେ ୟୁରିଆ ତଥା ସାରର ସହଜ ଯୋଗାଣ ଉପଲବ୍ଧିକୁ ସୁନିଶ୍ଚିତ କରିବ।

ଉକ୍ତ ବୈଠକରେ ତାଳଚେର ସାର କାରଖାନା ପାଇଁ ଥିବା ଚ୍ୟାଲେଞ୍ଜ ଏବଂ ପ୍ରକଳ୍ପକୁ ଶୀଘ୍ର କାର୍ଯ୍ୟକାରୀ କରିବା ଉପାୟ ଉପରେ ବିଚାରବିମର୍ଷ କରାଯାଇଛି। ତାଳଚେର ସାର କାରଖାନା ସଫଳତାର ସହ କାର୍ଯ୍ୟକ୍ଷମ ହେବା ପରେ ଏହା ଓଡିଶା ତଥା ଭାରତକୁ ୟୁରିଆ ଉତ୍ପାଦନରେ ଆଞଗନିର୍ଭର କରିବ। ଏହାସହ ଓଡିଶାରେ ନିଯୁକ୍ତି ସୁଯୋଗ ପ୍ରଦାନ କରିବା ସଙ୍ଗେସଙ୍ଗେ ରାଜ୍ୟର ବିକାଶରେ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ପ୍ରଧାନ କହିଛନ୍ତି।

ଉଲ୍ଲେଖନୀୟ ଯେ, ଏହି ବୈଠକରେ କୋଇଲା ମବଣାଳୟ, ଅର୍ଥ ମନ୍ତ୍ରଣାଳୟ, ବୈଦେଶିକ ମବଣାଳୟ, ପେଟ୍ରୋଲିୟମ ମନ୍ତ୍ରଣାଳୟ, ସାର ବିଭାଗ ଏବଂ ଏସବିଆଇ ବ୍ୟାଙ୍କର ବରିଷ୍ଠ ଅଫିସରମାନେ ମଧ୍ୟ ସାମିଲ ହୋଇଥିଲେ ।

Comments are closed.