Odisha Link
Bridging the Missing Links in Odisha

କୃଷି ଆନ୍ଦୋଳନରେ ଦେଶ ବିରୋଧୀଙ୍କ ହାତ ଅଛି: ପ୍ରତାପ

ନୂଆଦିଲ୍ଲୀ: କୃଷି ଆନ୍ଦୋଳନକୁ ନେଇ ପ୍ରତିକ୍ରିୟା ରଖିଛନ୍ତି କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ। ଚାଷୀ ଆନ୍ଦୋଳନ ପଛରେ ଦେଶ ବିରୋଧିଙ୍କ ହାତ ରିହିଛି, ପ୍ରକୃତ ଚାଷୀ ଆନ୍ଦୋଳନ କରୁନାହାନ୍ତି ବୋଲି କହିଛନ୍ତି ପ୍ରତାପ ଷଡଙ୍ଗୀ। ଚାଷୀ ଆନ୍ଦୋଳନ ନାଁରେ ସେମାନେ ବିରୋଧିଙ୍କ ଭାଷା କହୁଛନ୍ତି ବୋଲି କହିଛନ୍ତି ପ୍ରତାପ ଷଡଙ୍ଗୀ। ସରକାର କୃଷି ବିଲ ପ୍ରତ୍ୟାହାର କରିବାରେ କୌଣସି ଆଶଙ୍କା ଦେଖାଯାଉନାହିଁ ବୋଲି ସେ କହିଛନ୍ତି।

କେନ୍ଦ୍ର ସରକାରଙ୍କ କୃଷି ବିଲକୁ ଅନେକ ଚାଷୀ ସ୍ୱାଗତ କରୁଛନ୍ତି। ଏହି ବିଲ ଏକ ଐତିହାସିକ ବିଲ। ବିଲ ଯୋଗୁଁ ଦେଶର ଚାଷୀ ମାନଙ୍କର ହୀତ ହୋଇପାରିବ । ଧାନର ସହାୟକ ମୁଲ୍ୟ, ଜମିର ମାଲିକାନା ନେଇ କୌଣସି ପ୍ରକାର କ୍ଷତି ଚାଷୀ ସହିବାର ନାହିଁ ବୋଲି ପ୍ରତାପ ଷଡଙ୍ଗୀ କହିଛନ୍ତି।

Comments are closed.