Odisha Link
Bridging the Missing Links in Odisha

ଘନ କୁହୁଡ଼ିର ଆସ୍ତାରଣରେ ୮ ଜିଲ୍ଲା

ଭୁବନେଶ୍ୱର: ରାଜ୍ୟର ଅନେକ ସ୍ଥାନରେ ଘନ କୁହୁଡ଼ିର ଆସ୍ତରଣ ଦେଖିବାକୁ ମିଳିଛି। ରାସ୍ତା ଭଲ ଭାବରେ ଦେଖା ଯାଉନଥିବା ଯାତାୟାତରେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ଉପୁଜୁଛି।

ତେବେ ଆସନ୍ତା ୩ ତିନି ଦିନ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଏଭଳି ଘନ କୁହୁଡ଼ି ଲାଗି ରହିବ। ଉପକୂଳ ଜିଲ୍ଲାଗୁଡ଼ିକରେ ଘନ କୁହୁଡ଼ି ପଡ଼ିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ବିଜ୍ଞାନ ପକ୍ଷରୁ ସୂଚନା ଦିଆଯାଇଛି।

ଆସନ୍ତା ୨୪ ଘଣ୍ଟାରେ ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡ଼ା ଓ ନୟାଗଡ଼ ଆଦି ୮ଟି ଜିଲ୍ଲାରେ ଘନ କୁହୁଡ଼ି ପଡ଼ିବା ସମ୍ଭାବନା ରହିଛି। ଏଣୁ ଏହି ସବୁ ଜିଲ୍ଲାଗୁଡ଼ିକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।

Comments are closed.