Odisha Link
Bridging the Missing Links in Odisha

ଦେଶରେ କରୋନା: ୩୦,୦୦୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ : ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବା ବଢ଼ିବାରେ ଲାଗିଛି। ତେବେ ଗତ ୨୪ଘଣ୍ଟାରେ ଦେଶରେ ୩୦,୦୦୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଏହାସହ ଚିକିତ୍ସାଧୀନ ଅବସ୍ଥାରେ ୪୪୨ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୋଟ ମୃତ୍ୟୁ ସଂଖ୍ୟା ୧ଲକ୍ଷ ୪୨ ହଜାର ୬୨୮ରେ ପହଞ୍ଚିଛି। ସେହିପରି ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୮ ଲକ୍ଷ ୨୬ ହଜାର ୭୭୫କୁ ବୃଦ୍ଧି ପାଇଛି।

୩ଲକ୍ଷ ୫୯ ହଜାର ୮୧୯ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ୯୩ ଲକ୍ଷ ୨୪ ହଜାର ୩୨୮ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Comments are closed.