Odisha Link
Bridging the Missing Links in Odisha

କରୋନା: ରାଜ୍ୟରେ ସୁସ୍ଥ ହେଲେ ୩୮୬ ସଂକ୍ରମିତ

ଭୁବନେଶ୍ଵର: ଦୀର୍ଘ ନଅ ମାସ ପରେ ରାଜ୍ୟରେ ହ୍ରାସ ପାଉଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟାରେ ୩୮୬ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ଆରୋଗ୍ୟଙ୍କ ସଂଖ୍ୟା ୩, ୧୯,୦୬୯କୁ ବୃଦ୍ଧି ଘଟିଛି। ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ରବିବାର ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

ବିଭାଗ ଅନୁଯାୟୀ ସୁନ୍ଦରଗଡରୁ ସର୍ବାଧିକ ୫୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହି ପରି ଖୋର୍ଦ୍ଧାରୁ ୫୩, ଅନୁଗୁଳରୁ ୨୭, ବଲାଙ୍ଗୀରରୁ ୨୩, ମୟୂରଭଞ୍ଜରୁ ୨୩, କଟକରୁ ୧୮, ନୂଆପଡାରୁ ୧୮, ବାଲେଶ୍ଵରରୁ ୧୬, ଜଗତସିଂହପୁରରୁ ୧୫, କେନ୍ଦୁଝରରୁ ୧୫, ପୁରୀରୁ ୧୩, ଯାଜପୁରରୁ ୧୨, ବରଗଡରୁ ୧୧, କୋରାପୁଟରୁ ୧୦, ଭଦ୍ରକରୁ ୯, ଗଞ୍ଜାମରୁ ୯, ସମ୍ବଲପୁରରୁ ୮, କଳାହାଣ୍ଡିରୁ ୭, କେନ୍ଦ୍ରାପଡାରୁ ୭, ଢେଙ୍କାନାଳରୁ ୬, ଝାରସୁଗୁଡାରୁ ୪, ନୟାଗଡରୁ ୪, ବୌଦ୍ଧରୁ ୩, ଦେବଗଡରୁ ୨, ଗଜପତିରୁ ୨, ରାୟଗଡାରୁ ୧ , କନ୍ଧମାଳରୁ, ୧, ନବରଙ୍ଗପୁରରୁ ୧ ଓ ସୋନପୁରରୁ ୧ ଜଣେ କୋଭିଡ୍ ୧୯ରୁ ଆରୋଗ୍ୟଲାଭ କରିଛନ୍ତି।

ପ୍ରକାଶ ଯେ, ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୯୩ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୨୩ ହଜାର ୭୫୭କୁ ବୃଦ୍ଧି ପାଇଛି। ଅନ୍ୟପଟେ କରୋନା ଆଉ ୫ ଜଣଙ୍କ ମୁଣ୍ଡ ନେଇଛି। ଏହାକୁ ମିଶାଇ ରାଜ୍ୟରେ କରୋନଜନିତ ମୃତ୍ୟୁ ସଂଖ୍ୟା ୧୮୦୭ରେ ପହଞ୍ଚିଛି।

Comments are closed.