Odisha Link
Bridging the Missing Links in Odisha

ରାଜ୍ୟରେ ଘନକୁହୁଡ଼ି, ୯ଟି ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ୍

ଭୁବନେଶ୍ଵର: ରାଜ୍ୟରେ ଜାରି ରହିଛି ଶୀତ ଲହରୀ। ଶୀତ ସହ ଘନକୁହୁଡ଼ି ଲୋକଙ୍କୁ ଅସ୍ତବ୍ୟସ୍ତ କରୁଛି। ଘନକୁହୁଡ଼ି ଯୋଗୁଁ ଯାତାୟତରେ ପ୍ରଭାବ ପଡୁଛି। ଗତ ୨୪ ଘଣ୍ଟାରେ ସୁନ୍ଦରଗଡ଼ରେ ସର୍ବନିମ୍ନ ୧୨ ଡିଗ୍ରୀ ରାତି ତାପମାତ୍ରା ରେକର୍ଡ ହୋଇଛି। ଆଗାମୀ ୨ ଦିନ ଯାଏ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ନାହିଁ ବୋଲି କହିଛି ପାଣିପାଗ କେନ୍ଦ୍ର।

ଆସନ୍ତା ୨୪ ଘଣ୍ଟାରେ ଘନକୁହୁଡ଼ି ପାଇଁ ୯ଟି ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ ଜାରି କରାଯାଇଛି। କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ରାୟଗଡା, ମାଲକାନଗିରି, କୋରାପୁଟ ଜିଲ୍ଲାରେ ଘନକୁହୁଡ଼ି ସମ୍ଭାବନା ଥିବାରୁ ସତର୍କତା ଜାରି କରାଯାଇଛି। ବର୍ତ୍ତମାନ ଓଡିଶା ଉପରେ ଗୁରୁଚାପର ପ୍ରଭାବ ଥିବାରୁ ଘନକୁହୁଡ଼ି ହେଉଛି। ରାଜଧାନୀ ଭୁବନେଶ୍ଵରରେ ମଧ୍ୟ ଘନକୁହୁଡ଼ି ସମ୍ଭାବନା ରହିଛି।

Comments are closed.