Odisha Link
Bridging the Missing Links in Odisha

ରାଜଧାନୀ ନାବାଳିକା ଗଣଦୁଷ୍କର୍ମ ମାମଲା: କାର୍ଯ୍ୟାନୁଷ୍ଠାନ ନେଇ ଡିଜିପି, କହିଲେ…

ଭୁବନେଶ୍ୱର: ଭୁବନେଶ୍ୱର ଇନଫୋସିଟି ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲାରେ ଅଭିଯୁକ୍ତଙ୍କୁ ଗିରଫ ନେଇ ଡିଜିପିଙ୍କ ଉତ୍ତର ରଖିଛନ୍ତି। ପୁଲିସ ମହାନିର୍ଦ୍ଦେଶକ ଅଭୟ କହିଛନ୍ତି ଯେ, ଘଟଣାର ତଦନ୍ତ ଚାଲିଛି, ତଦନ୍ତରେ ଯାହା ନାଁ ବାହାରିବ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

ସୂଚନା ଅନୁଯାୟୀ, ଭୁବନେଶ୍ୱର ଇନ୍‌ଫୋସିଟି ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ଘଟଣାରେ ଗତକାଲି ରାତିରେ ୪ ଜଣଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ। ଗିରଫ ଅଭିଯୁକ୍ତଙ୍କ ଭିତରେ ଅଛନ୍ତି ଓଟିଭିର ୨ କର୍ମଚାରୀ ଅନିରୁଦ୍ଧ ପଣ୍ଡା ଓ କୃଷ୍ଣଚନ୍ଦ୍ର ବେହେରାଙ୍କ ସମେତ ୨ ସିକ୍ୟୁରିଟି ଗାର୍ଡ। ପୀଡ଼ିତାଙ୍କ ମା’ଙ୍କ ବୟାନ ମୁତାବକ, ଏହି ଘଟଣାରେ ତିନି ପୁଲିସ୍ କର୍ମଚାରୀ ସମ୍ପୃକ୍ତ ଥିଲେ। କିନ୍ତୁ ଏହି ଘଟଣାରେ ସମ୍ପୃକ୍ତ ଥିବା ପୁଲିସ୍ କର୍ମଚାରୀ ଓ ତାଙ୍କର ଦୁଇ ସହଯୋଗୀ ପୁଲିସ୍ ଏବେ କେଉଁଠି ସେ ନେଇ ପ୍ରଶ୍ନ ଉଠୁଛି।

Comments are closed.