Odisha Link
Bridging the Missing Links in Odisha

ଆଖି ବୁଜିଲେ ଆଉ ୪ କରୋନା ଆକ୍ରାନ୍ତ

ଭୁବନେଶ୍ବର: ରାଜ୍ୟରେ କରୋନା ମୃତ୍ୟୁହାର କମିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୪ ଜଣଙ୍କର କରୋନା ଆକ୍ରାନ୍ତ ମୃତ୍ୟୁ ବରଣ କରିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୧୧କୁ ବୃଦ୍ଧି ପାଇଛି।

ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୪ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, ଢେଙ୍କାନାଳ, ଗଞ୍ଜାମ ଏବଂ ଝାରସୁଗୁଡା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୪୦୮୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଏଥିମଧ୍ୟରୁ ୩୧୫୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୧୯୦୬୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି କରୋନାରେ ୧୮୧୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୬୪୦୯୬୭୫ଟି ସାମ୍ପୁଲ ଟେଷ୍ଟ୍ ହୋଇଛି।

Comments are closed.