Odisha Link
Bridging the Missing Links in Odisha

ରାଜ୍ୟରେ କରୋନା: ୩୩୨ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୩୩୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୪୦୮୯ରେ ପହଞ୍ଚିଛି ।

ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮୯ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୪୩ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଟିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩୫ଜଣ, ବାଲେଶ୍ୱର ଜିଲ୍ଲାରୁ ୧୧ଜଣ, ବରଗଡ଼ ଜିଲ୍ଲାରୁ ୧୫ଜଣ, ଭଦ୍ରକ ଜିଲ୍ଲାରୁ ୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୦ଜଣ, କଟକ ଜିଲ୍ଲାରୁ ୨୭ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୮ଜଣ, ଜଗତସିଂହପୁର ଜିଲ୍ଲାରୁ ୭ଜଣ, ଯାଜପୁର ଜିଲ୍ଲାରୁ ୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୧ଜଣ, କଳାହାଣ୍ଡି ଜିଲ୍ଲାରୁ ୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ଜଣ, କେନ୍ଦୁଝର ଜିଲ୍ଲାରୁ ୧୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୯ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୧୧ଜଣ, ପୁରୀ ଜିଲ୍ଲାରୁ ୨୧ଜଣ, ରାୟଗଡ଼ା ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୧୧ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୫୧ଜଣ, ଷ୍ଟେଟ ପୁଲ୍‌ରୁ ୭ଜଣ ରହିଛନ୍ତି ।

Comments are closed.