ମୁଖ୍ୟମନ୍ତ୍ରୀଙ୍କ ୨୮୯ କୋଟିର ପ୍ୟାକେଜ ଘୋଷଣା

ଭୁବନେଶ୍ୱର: ଦୀର୍ଘ ନଅ ମାସ ହେଲା ମହାମାରୀ କରୋନା ରାଜ୍ୟବାସୀଙ୍କ ଆର୍ଥିକ ମେରୁ ଦଣ୍ଡକୁ ଭାଙ୍ଗି ଦେଇଥିବା ବେଳେ ଏଥିରୁ ନିସ୍ତାର ପାଇଁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ୟାକେଜ ଘୋଷଷଣା କରିଛନ୍ତି। ମଧ୍ୟମ, କ୍ଷୁଦ୍ର ଓ ଅଣୁ ଶିଳ୍ପ ପାଇଁ ପ୍ୟାକେଜ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।
ଏମଏସଏମଇ ପାଇଁ ୨୮୯ କୋଟି ୪୧ ଲକ୍ଷର ପ୍ୟାକେଜ ଘୋଷଣା କରାଯାଇଛି। ପ୍ୟାକେଜ ଭିତରେ ସୁଧ ରିହାତି, ଟପ୍ଅପ୍ ସବସିଡି ଆଦି ଅନ୍ତର୍ଭୁକ୍ତ ରହିଛି। ମୁଖ୍ୟତଃ ମହିଳା ଏବଂ ଦୁର୍ବଳ ଶ୍ରେଣୀର ଶିଳ୍ପୋଦ୍ୟୋଗୀମାନଙ୍କୁ ପ୍ରୋତ୍ସାହନ ବ୍ୟବସ୍ଥା କରାଯାଇଛି। ମହିଳାମାନଙ୍କ ଦ୍ୱାରା ଚାଲୁଥିବା ୪୦% ଏମଏସଏମଇ ପାଇଁ ୧୦୮ କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି।