Odisha Link
Bridging the Missing Links in Odisha

ବସ୍ ଦୁର୍ଘଟଣା: ୭ ମୃତ,୨୫ ଆହତ

ସମ୍ଭଲ: ମର୍ମନ୍ତୁଦ ସଡକ ଦୁର୍ଘଟଣା। ଉତ୍ତର ପ୍ରଦେଶର ସମ୍ଭଲ ଜିଲ୍ଲାର ଧନାରୀ ଥାନରେ ଏନଏଚ ୫୦୯ରେ ବସ୍ ଓ ଟ୍ୟାଙ୍କର ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୫ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ନିକଟସ୍ଥ ଭିନ୍ନ ଭିନ୍ନ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି।

ଦୁର୍ଘଟଣାରେ ୭ ଜଣଙ୍କର ମୃତ୍ୟୁ ହୋଇଥିବା ନେଇ ଜିଲ୍ଲା ପ୍ରଶାସନ ସୂଚନା ଦେଇଛନ୍ତି। ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, ରୋଡଓ୍ବେଜ୍ ବସର ଗୋଟେ ସାଇଡ୍ ସମ୍ପୂର୍ଣ୍ଣ ଭାବରେ କ୍ଷତିଗ୍ରସ୍ତ ହୋଇଯାଇଥିଲା।

ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଦୁର୍ଘଟଣା ନେଇ ଗଭୀର ଶୋକବ୍ୟକ୍ତ କରିଛନ୍ତି। ତୁରନ୍ତ ଘଟଣାସ୍ଥଳରେ ପହଁଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିବାକୁ ନିର୍ଦେଶ ଦେବା ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାର ନିର୍ଦେଶ ମଧ୍ୟ ଦେଇଛନ୍ତି।

Comments are closed.