Odisha Link
Bridging the Missing Links in Odisha

କରୋନା ଯୋଦ୍ଧାଙ୍କୁ ମାଗଣାରେ ମିଳିବ ଟିକା: ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର: କରୋନା ଟିକାକରଣ ପାଇଁ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଟିକାକରଣ ନେଇ ଆଜି ଏକ ବଡ଼ ଘୋଷଣା କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ। ରାଜ୍ୟର କରୋନା ଯୋଦ୍ଧାଙ୍କୁ ମାଗଣାରେ ଟିକା ପ୍ରଦାନ କରାଯିବ। ମାଗଣା ଟିକା ମିଳିବା ନେଇ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ ସୂଚନା ଦେଇଛନ୍ତି ।

ନବ ଦାସଙ୍କ ସୂଚନା ଅନୁଯାୟୀ, ରାଜ୍ୟରେ ୩ଟି ପର୍ଯ୍ୟାୟଭୁକ୍ତ ବ୍ୟକ୍ତିବିଶେଷଙ୍କୁ ମାଗଣା ଟିକା ମିଳିବ। ଡାକ୍ତର ଓ ସ୍ୱାସ୍ଥ୍ୟ କର୍ମୀ ଆଦି ଯୋଦ୍ଧାଙ୍କୁ ମାଗଣା ଟିକା ମିଳିବ। ସେହିପରି ପୌର, ସ୍ୱାସ୍ଥ୍ୟ ଓ ପାନୀୟ ଜଳ ଯୋଗାଣ କର୍ମଚାରୀଙ୍କୁ ମଧ୍ୟ ମାଗଣା ଟିକା ମିଳିବ। ଏହାଛଡ଼ା ବୟସ୍କ ବ୍ୟକ୍ତିଙ୍କୁ ମଧ୍ୟ ମାଗଣାରେ ଟିକା ପ୍ରଦାନ କରାଯିବ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ କହିଛନ୍ତି।

ଏହାଛଡ଼ା ନବ ଦାସ କହିଛନ୍ତି ଯେ, ଦେଶରେ ୩୦କୋଟି ଲୋକଙ୍କୁ ଟିକା ଦିଆଯିବାକୁ କେନ୍ଦ୍ରରେ ଯୋଜନା ରହିଛି । ଜାନୁଆରୀ ଭିତରେ ଟିକାକରଣ ଆରମ୍ଭ ହେବା ନେଇ ଆଶା ଥିବା ମନ୍ତ୍ରୀ ଶ୍ରୀ ଦାସ କହିଛନ୍ତି ।

Comments are closed.